ୟୁନିୟନ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ପକ୍ଷରୁ ନୂତନ ଶାଖା ପରିସର ଉଦ୍‌ଘାଟିତ

ଭୁବନେଶ୍ୱର: ୟୁନିୟନ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆର ନୂତନ ଡେଲାଙ୍ଗ ଆର୍‌ଏସ୍‌ବି ଶାଖା ପରିସର ଭୁବନେଶ୍ୱର ଅଞ୍ଚଳର ଆଞ୍ଚଳିକ ମୁଖ୍ୟ ତଥା ମହାପ୍ରବନ୍ଧକ ସର୍ଭେଶ ରଞ୍ଜନଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଯାଇଛି । ଏହି ଅବସରରେ ଭୁବନେଶ୍ୱର କ୍ଷେତ୍ରର କ୍ଷେତ୍ରୀୟ ମୁଖ୍ୟ ତଥା ଉପ-ମହାପ୍ରବନ୍ଧକ ନିରଞ୍ଜନ ବାରିକ, ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟର ବରିଷ୍ଠ ଅଧିକାରୀଗଣ, ଡେଲାଙ୍ଗ ବ୍ଲକ୍‌ ମିଶନ ଶକ୍ତିର ଅଧିକାରୀଗଣ, ଡେଲାଙ୍ଗ ଆର୍‌ଏସ୍‌ବି ଶାଖାର ଶାଖା ମୁଖ୍ୟ ନିରଞ୍ଜନ ପଣ୍ଡିତଙ୍କ ସମେତ ଶାଖାର ମୂଲ୍ୟବାନ ଗ୍ରାହକମାନେ ଉପସ୍ଥିତ ଥିଲେ ।

କାର୍ଯ୍ୟକ୍ରମ ଅବସରରେ ଏକ ସ୍ୱୟଂ ସହାୟକ ଗୋଷ୍ଠୀ ବୈଠକ ଅନୁଷ୍ଠିତ ହୋଇଥିବା ସହ ଏଥିରେ ୧.୫୦ କୋଟି ଟଙ୍କାର ଋଣ ମଞ୍ଜୁର କରାଯାଇଥିଲା ।

Comments are closed.