www.samajalive.in
Saturday, December 6, 2025
19.1 C
Bhubaneswar

୨୦୨୪-୨୫ ବର୍ଷର ବଜେଟ ଉପସ୍ଥାପନ: ମୁଦ୍ରା ଋଣ ୧୦ଲକ୍ଷରୁ ୨୦ଲକ୍ଷକୁ ବୃଦ୍ଧି

ନୂଆଦିଲ୍ଲୀ: ସଂସଦରେ ୨୦୨୪-୨୫ ଆର୍ଥିକ ବର୍ଷର ସାଧାରଣ ବଜେଟ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ବଜେଟରେ ମୁଦ୍ରା ଋଣ ୨୦ଲକ୍ଷକୁ ବୃଦ୍ଧି ଘୋଷଣା କଲେ ଅର୍ଥମନ୍ତ୍ରୀ । ମୁଦ୍ରା ଋଣ ସୀମା ୧୦ଲକ୍ଷରୁ ୨୦ଲକ୍ଷକୁ ବୃଦ୍ଧି ନେଇ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଧାର୍ଯ୍ୟ ସମୟରେ ପୈଠ କରିଥିବା ବ୍ୟକ୍ତି ଏହି ଋଣ ପାଇପାରିବେ । ବଜେଟ ଉପସ୍ଥାପନ ବେଳେ ନିର୍ମଳା କହିଛନ୍ତି ଦେଶର ପ୍ରତ୍ୟେକ ନାଗରିକଙ୍କ ପାଇଁ ଏହି ବଜେଟ ପ୍ରସ୍ତୁତ ହୋଇଛି । ବିକଶିତ ଭାରତକୁ ବଜେଟରେ ପ୍ରାଥମିକତା ଦିଆଯାଇଛି । ମହିଳା କଲ୍ୟାଣ ଓ ରୋଜଗାର ଉପରେ ଗୁରୁତ୍ୱ ଦିଆଯାଇଛି । ୫ବର୍ଷରେ ୪କୋଟି ଯୁବବର୍ଗଙ୍କୁ ନିଯୁକ୍ତି ଲକ୍ଷ୍ୟ ରଖାଯାଇଥିବା ଅର୍ଥମନ୍ତ୍ରୀ କହିଛନ୍ତି । ମୁଦ୍ରା ଋଣ ଏକ ସରକାରୀ ଯୋଜନା । ଯେଉଁ ମାଧ୍ୟମରେ ଉଦ୍ଦ୍ୟୋଗୀମାନଙ୍କୁ ଋଣ ପ୍ରଦାନ କରାଯାଇଥାଏ । ଏହା ଅଧୀନରେ ୩ଟି ଶ୍ରେଣୀ ରହିଛି । ଶିଶୁ( ୫୦ ହଜାର ଟଙ୍କା), କିଶୋର(୫୦ ହଜାରରୁ ୫ ଲକ୍ଷ ଟଙ୍କା), ଯୁବବର୍ଗ(୫ରୁ ୧୦ ଲକ୍ଷ ଟଙ୍କା) ।  ଦେଶର ଯୁବକମାନଙ୍କୁ ଆତ୍ମନିର୍ଭର କରିବା ପାଇଁ ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନା ଆରମ୍ଭ ହୋଇଥିଲା ।

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories