ବଜେଟରେ ବିହାର, ଆନ୍ଧ୍ର ପାଇଁ ବିଶେଷ ଘୋଷଣା
ନୂଆଦିଲ୍ଲୀ: ସଂସଦରେ ବଜେଟ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଚଳିତ ବଜେଟରେ ବିହାର ଓ ଆନ୍ଧ୍ରପ୍ରଦେଶ ପାଇଁ ବିଶେଷ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ । ବିହାରରେ ଏୟାରପୋର୍ଟ, ମେଡିକାଲ କଲେଜର ବିକାଶ ହେବ । ନୂଆ ଏୟାରପୋର୍ଟ, ମେଡିକାଲ କଲେଜ ପାଇଁ ଅନୁଦାନ ମିଳିବ ବୋଲି କହିଛନ୍ତି ଅର୍ଥମନ୍ତ୍ରୀ । ସେହିପରି ଆନ୍ଧ୍ରପ୍ରଦେଶ ପାଇଁ ବିଶେଷ ଘୋଷଣା କରାଯାଇଛି । ପୋଲାଭରମ୍ ପ୍ରକଳ୍ପ ଶୀଘ୍ର ସମାପ୍ତ ପାଇଁ ପଦକ୍ଷେପ ନିଆଯିବ । ଏଥିପାଇଁ ୧୫ହଜାର କୋଟି ଟଙ୍କାର ସହାୟତା ପ୍ରଦାନ କରାଯିବ । ପୋଲାଭରମ ଆନ୍ଧ୍ରର ଜୀବନ ରେଖା ବୋଲି କହିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ।
Comments are closed.