www.samajalive.in
Monday, December 15, 2025
26.1 C
Bhubaneswar

କେନ୍ଦ୍ର ବଜେଟରେ ‘ଗରିବ’, ‘ମହିଳା’, ‘ଯୁବବର୍ଗ’ ଏବଂ ‘ଅନ୍ନଦାତା’ ଙ୍କୁ ପ୍ରାଧାନ୍ୟ

ଭୁବନେଶ୍ବର: ଆଜି କେନ୍ଦ୍ର ଅର୍ଥ ମନ୍ତ୍ରୀ ବର୍ଷ ୨୦୨୪-୨୫ ପାଇଁ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି। ଏହି ବିକାଶ ଅଭିମୁଖୀ, ଦୂରଦୃଷ୍ଟିସମ୍ପନ୍ନ ବଜେଟରେ ଆମ ଯଶସ୍ୱୀ ପ୍ରଧାନମନ୍ତ୍ରୀ ଗୁରୁତ୍ଵ ଦେଉଥିବା ଚାରିଟି ପ୍ରମୁଖ ଶ୍ରେଣୀ ଯଥା ‘ଗରିବ’, ‘ମହିଳା’, ‘ଯୁବବର୍ଗ’ ଏବଂ ‘ଅନ୍ନଦାତା’ (କୃଷକ)ଙ୍କୁ ପ୍ରାଧାନ୍ୟ ଦିଆଯାଇଛି।

ଏହି ବଜେଟରେ କୃଷି ଉତ୍ପାଦକତା, ଦକ୍ଷତା ବିକାଶ, ନିଯୁକ୍ତି ସୁଯୋଗ ସୃଷ୍ଟି ଉପରେ ଗୁରୁତ୍ଵ ଦିଆଯାଇଛି। କୃଷି କ୍ଷେତ୍ରକୁ ୧ ଲକ୍ଷ ୫୨ ହଜାର କୋଟି ଟଙ୍କା, ମହିଳା ମାନଙ୍କ ଲାଗି ଉଦ୍ଦିଷ୍ଟ ଯୋଜନା ପାଇଁ ୩ ଲକ୍ଷ କୋଟି ଟଙ୍କାର ଆବଣ୍ଟନ କୃଷକ ଏବଂ ମହିଳା ମାନଙ୍କ ସର୍ବାଙ୍ଗୀନ ବିକାଶ ପାଇଁ କେନ୍ଦ୍ର ସରକାରଙ୍କ ପ୍ରତିବଦ୍ଧତାକୁ ଦର୍ଶାଉଛି । କେନ୍ଦ୍ର ବଜେଟରେ ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଆଗାମୀ ୫ ବର୍ଷରେ ୩ କୋଟି ନୂତନ ଗୃହ ନିର୍ମାଣ କରିବାକୁ ଲକ୍ଷ୍ୟ ଧାର‌୍ୟ୍ୟ କରାଯାଇଛି ଏବଂ ପ୍ରଧାନ ମନ୍ତ୍ରୀ ଆବାସ ଯୋଜନାରେ ବ୍ୟୟ ବରାଦ ବୃଦ୍ଧି କରାଯାଇଛି । ଏହି ପଦକ୍ଷେପ ଦ୍ଵାରା ଓଡିଶା ଜନସାଧାରଣ ବିଶେଷ ଉପକୃତ ହେବେ।

- Advertisement -

ଜନଜାତି ସମ୍ପ୍ରଦାୟର ସାମାଜିକ ଓ ଆର୍ଥିକ ସ୍ଥିତିରେ ଉନ୍ନତି ଆଣିବା ପାଇଁ, କେନ୍ଦ୍ର ସରକାର ପ୍ରଧାନ ମନ୍ତ୍ରୀ ଜନଜାତୀୟ ଉନ୍ନତ ଗ୍ରାମ ଅଭିଯାନ ନାମରେ ଏକ ନୂତନ ଯୋଜନା ଘୋଷଣା କରିଛନ୍ତି। ଏହା ୫ କୋଟି ଆଦିବାସୀଙ୍କୁ ଉପକୃତ କରୁଥିବା ୬୩,୦୦୦ ଗାଁକୁ ଅନ୍ତର୍ଭୁକ୍ତ କରିବ। ଏହାଦ୍ଵାରା ଓଡିଶାର ଜନଜାତି ଭାଇ ଓ ଭଉଣୀ ମାନେ ବିଶେଷଭାବେ ଉପକୃତ ହେବେ। ଆଗାମୀ ୫ ବର୍ଷ ମଧ୍ୟରେ ୪ କୋଟି ୧୦ ଲକ୍ଷ ଯୁବକ ଯୁବତୀ ମାନଙ୍କ ପାଇଁ ଦକ୍ଷତା ବିକାଶ ଏବଂ ଅନ୍ୟାନ୍ୟ ସୁଯୋଗ ସୃଷ୍ଟି ପାଇଁ ୨ ଲକ୍ଷ କୋଟିର ଖର୍ଚ୍ଚ ପାଇଁ ଯୋଜନା କରାଯାଇଛି । ଏହାଦ୍ଵାରା ଓଡିଶାର ଯୁବବର୍ଗ ବିଶେଷ ଭାବରେ ଲାଭବାନ ହେବେ।

କେନ୍ଦ୍ର ବଜେଟରେ ମୋଟ ପୁଞ୍ଜି ବିନିଯୋଗ ୧୧ ଲକ୍ଷ ୧୧ ହଜାର କୋଟି ଟଙ୍କାକୁ ବୃଦ୍ଧି କରାଯାଇଛି, ଯାହା ଦେଶର ଅଭିବୃଦ୍ଧିରେ ସହାୟକ ହେବ। ରାଜ୍ୟ ମାନଙ୍କୁ ପୁଞ୍ଜି ଖର୍ଚ୍ଚ ପାଇଁ ସହାୟତା ରାଶିକୁ ୧ ଲକ୍ଷ ୫୦ ହଜାର କୋଟି ଟଙ୍କାକୁ ବୃଦ୍ଧି କରାଯାଇଛି। ଏହାଦ୍ଵାରା ଓଡିଶାକୁ ପ୍ରାୟ ୧ ହଜାର କୋଟି ଟଙ୍କାର ଅତିରିକ୍ତ ସହାୟତା ମିଳିବ। ଏହା ପ୍ରାକ ବଜେଟ ଆଲୋଚନାରେ କେନ୍ଦ୍ର ଅର୍ଥ ମନ୍ତ୍ରୀଙ୍କ ପାଖରେ ଦାବି ଥିଲା। ଏହି ଦାବି ଗ୍ରହଣ କରିଥିବାରୁ କେନ୍ଦ୍ର ଅର୍ଥ ମନ୍ତ୍ରୀଙ୍କୁ ଧନ୍ୟବାଦ ଅର୍ପଣ କରୁଅଛି ।

ଓଡିଶାର ପର୍ଯ୍ୟଟନ ବିକାଶ ପାଇଁ କେନ୍ଦ୍ର ସରକାର ବଜେଟରେ ସ୍ଵତନ୍ତ୍ର ସହାୟତା ଘୋଷଣା କରିଥିବାରୁ ଆମେ କୃତଜ୍ଞ। ସ୍ଵତନ୍ତ୍ର ପୂର୍ବୋଦୟ ଯୋଜନାରେ ଓଡିଶାକୁ ଅନ୍ତର୍ଭୁକ୍ତ କରାଯାଇଛି। ଏହା ପୁଞ୍ଜି ନିବେଶ ଓ ଶିଳ୍ପ ବିକାଶରେ ସହାୟକ ହେବ।

Hot this week

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

Related Articles

Popular Categories