www.samajalive.in
Sunday, December 7, 2025
23.1 C
Bhubaneswar

ଆୟୁଷ୍ମାନ ଭାରତ ଡିଜିଟାଲ ମିଶନକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ

ନୂଆଦିଲ୍ଲୀ :  ଆୟୁଷ୍ମାନ ଭାରତ ଡିଜିଟାଲ ମିଶନକୁ କେନ୍ଦ୍ର କ୍ୟାବିନେଟ ଅନୁମୋଦନ କରିଛି । ଏହି ମିଶନ ଅଧୀନରେ ପାଞ୍ଚ ବର୍ଷ ପାଇଁ ୧୬୦୦ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି । ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଏହି ପ୍ରସ୍ତାବକୁ ଅନୁମୋଦନ କରାଯାଇଛି।

ସୂଚନା ଅନୁଯାୟୀ, ଆୟୁଷ୍ମାନ ଭାରତ ଡିଜିଟାଲ ମିଶନ ମାଧ୍ୟମରେ ବୈଷୟିକ ଜ୍ଞାନର ବ୍ୟବହାର ଦ୍ୱାରା ଗୁଣାତ୍ମକ ସ୍ୱାସ୍ଥ୍ୟସେବା ପାଇଁ ସୁଲଭ ତଥା ସହଜ ସୁବିଧା ସୁଦୃଢ ହେବ। ଏହା ଅଧୀନରେ ଦେଶର ଲୋକମାନେ ସେମାନଙ୍କର ଆୟୁଷ୍ମାନ ଭାରତ ସ୍ୱାସ୍ଥ୍ୟ ଆକାଉଣ୍ଟ ନମ୍ବର ପାଇ ପାରିବେ। ଏହା ସହିତ, ଡିଜିଟାଲ୍ ସ୍ୱାସ୍ଥ୍ୟ ରେକର୍ଡ ଗୁଡିକ ସଂଯୋଗ ହୋଇପାରିବ।

- Advertisement -

ଆୟୁଷ୍ମାନ ଭାରତ ଡିଜିଟାଲ ମିଶନର ପାଇଲଟ୍ ପ୍ରକଳ୍ପ ଲଦାଖ, ଚଣ୍ଡିଗଡ଼, ଦାଦ୍ରା ଏବଂ ନାଗର ହାଭେଲି, ଦାମନ ଡିୟୁ, ପୁଡୁଚେରୀ, ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜ ଏବଂ ଲକ୍ଷ୍ମଦ୍ୱୀପ ଆଦି ୬ଟି କେନ୍ଦ୍ର ଶାସିତ ପ୍ରଦେଶରେ କାର୍ଯ୍ୟକାରୀ କରାଯାଉଛି।

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories