www.samajalive.in
Saturday, December 6, 2025
19.1 C
Bhubaneswar

କେନ୍ଦ୍ରମନ୍ତ୍ରୀ ଅର୍ଜୁନ ରାମ ମେଘବାଲଙ୍କୁ କରୋନା; ଏମ୍ସରେ ଭର୍ତ୍ତି

ନୂଆଦିଲ୍ଲୀ : କେନ୍ଦ୍ରମନ୍ତ୍ରୀ ଅର୍ଜୁନ ରାମ ମେଘବାଲଙ୍କ କରୋନା ରିପୋର୍ଟ ପଜିଟିଭ ଆସିଛି। ତାଙ୍କୁ ଚିକିତ୍ସା ପାଇଁ ଏମ୍ସର ଟ୍ରମା ସେଣ୍ଟରରେ ଭର୍ତ୍ତି କରାଯାଇଛି। ଏନେଇ ଅର୍ଜୁନ ରାମ ମେଘବାଲ ଟ୍ବିଟ୍ କରି ସୂଚନା ଦେଇଛନ୍ତି। କେନ୍ଦ୍ରମନ୍ତ୍ରୀ ମେଘବାଲଙ୍କ ପୂର୍ବରୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା, କେନ୍ଦ୍ରୀୟ ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ।
ମେଘବାଲ ତାଙ୍କ ଟ୍ୱିଟର ହ୍ୟାଣ୍ଡେଲରେ ଲେଖିଛନ୍ତି, ‘କରୋନାର ପ୍ରାରମ୍ଭିକ ଲକ୍ଷଣ ପରେ ମୁଁ ପରୀକ୍ଷା କରିଥିଲି ଏବଂ ପ୍ରଥମ ପରୀକ୍ଷା ନେଗେଟିଭ ଆସିବା ପରେ ଦ୍ୱିତୀୟ ପରୀକ୍ଷା ଆଜି ପଜିଟିଭ ଆସିଛି। ମୋର ସ୍ୱାସ୍ଥ୍ୟ ଭଲ ଅଛି, କିନ୍ତୁ ଡାକ୍ତରୀ ପରାମର୍ଶରେ ମୋତେ ଏମ୍ସରେ ଭର୍ତ୍ତି କରାଯାଇଛି। ମୁଁ ଅନୁରୋଧ କରୁଛି ଯେଉଁମାନେ ଗତ କିଛି ଦିନ ମଧ୍ୟରେ ମୋ ସହିତ ଯୋଗାଯୋଗ କରିଛନ୍ତି, ଦୟାକରି ଆପଣଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

Hot this week

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

Related Articles

Popular Categories