www.samajalive.in
Saturday, December 13, 2025
26.1 C
Bhubaneswar

ପ୍ରମୋଦଙ୍କୁ ଅଭିନନ୍ଦନ ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ : ବିଶ୍ବ ବ୍ୟାଡମିଣ୍ଟନ ଚମ୍ପିଆନସିପରେ ସ୍ୱର୍ଣ୍ଣ ପଦକ ବିଜେତା ଓଡିଶାର ପାରା ବ୍ୟାଡମିଣ୍ଟନ ଖେଳାଳି ପ୍ରମୋଦ ଭଗତଙ୍କ ସହ ସାକ୍ଷାତ୍‍ କରି ନୂଆଦିଲ୍ଲୀଠାରେ ଅର୍ଜୁନ ପୁରସ୍କାରର ଅବ୍ୟବହିତ ପୂର୍ବରୁ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଶ୍ରୀ ପ୍ରଧାନ ସାମାଜିକ ଗଣମାଧ୍ୟମରେ ଉଲ୍ଲେଖ କରିଛନ୍ତି ଯେ ପ୍ରମୋଦ ଭଗତ ଓଡ଼ିଶାର ଜଣେ ଲବ୍ଧ ପ୍ରତିଷ୍ଠିତ ସନ୍ତାନ ଏବଂ ବିଶ୍ୱର ଏକ ନମ୍ବର ପାରା ବ୍ୟାଡମିଣ୍ଟନ ଖେଳାଳି।

ଆସନ୍ତାକାଲି ସେ ଅର୍ଜୁନ ପୁରସ୍କାର  ଗ୍ରହଣ କରିବା ଜାଣି ଗର୍ବିତ ବୋଲି ଶ୍ରୀ ପ୍ରଧାନ କହିଛନ୍ତି। ପ୍ରମୋଦ ଭଗତ ଆଗକୁ ମଧ୍ୟ କ୍ରୀଡା କ୍ଷେତ୍ରରେ ଆହୁରି ଅନେକ ଗୌରବ ଆଣନ୍ତୁ ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଶୁଭେଚ୍ଛା ଜଣାଇଛନ୍ତି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories