ସମ୍ବଲପୁର: ସମ୍ବଲପୁର ଗସ୍ତରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ମଙ୍ଗଳବାର ସକାଳେ ପ୍ରଥମେ ସମ୍ବଲପୁର ରେଳ ଷ୍ଟେସନରେ ସମ୍ବଲପୁର-ଦର୍ଶନ ନଗର-ସମ୍ବଲପୁର ଆସ୍ଥା ସ୍ୱତନ୍ତ୍ର ଟ୍ରେନର ଶୁଭାରମ୍ଭ କରିଛନ୍ତି । ଏହି ଟ୍ରେନ୍ ଯୋଗେ ପଶ୍ଚିମ ଓଡ଼ିଶାର ଲୋକେ ଅଯୋଧ୍ୟା ଯାଇ ଶ୍ରୀ ରାମଙ୍କୁ ଦର୍ଶନ କରିପାରିବେ। ୧୫୧୨ ଜଣ ରାମଭକ୍ତଙ୍କୁ ନେଇ ଏହି ଟ୍ରେନ୍ ଅଯୋଧ୍ୟା ଯାଇଛି। ସେପଟେ ସମ୍ବଲପୁର ବୈଦିକ ଆର୍ନ୍ତଜାତିକ ସ୍କୁଲରେ ରୋବୋଟିକ୍ ସେଣ୍ଟରର ଲୋକାର୍ପଣ ସହ ମଝିପାଲିଠାରେ ଓଡ଼ିଶାର ପ୍ରଥମ ସ୍କିଲ୍ ଇଣ୍ଡିଆ ସେଣ୍ଟରର ଉଦଘାଟନ କରିଛନ୍ତି କେନ୍ଦ୍ରମନ୍ତ୍ରୀ। ଏହାପରେ ସମ୍ବଲପୁର, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାର ୪୨ଟି ଡାକଘରର ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ପରେ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁରରେ ପିଏମ୍ ସ୍ୱନିଧି ଯୋଜନା ସମ୍ପର୍କିତ ରାଷ୍ଟ୍ରୀୟ ଉଦ୍ୟମତା ବିକାଶ ପରିଯୋଜନାର ଶୁଭାରମ୍ଭ କରିବେ।
Popular Categories



