ମୋଦୀଙ୍କ ଗସ୍ତ ପୂର୍ବରୁ ପ୍ରସ୍ତୁତି କାର୍ଯ୍ୟ ସମୀକ୍ଷା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଡେସ୍କ: ରାତି ପାହିଲେ ସମ୍ବଲପୁରରେ ଦିନିକିଆ ଗସ୍ତରେ ଆସି ପହଂଚିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହା ପୂର୍ବରୁ ଆଜି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରସ୍ତୁତି କାର୍ଯ୍ୟର ସମୀକ୍ଷା କରିଛନ୍ତି। ମନ୍ତ୍ରୀ ଶ୍ରୀ ପ୍ରଧାନ ଆଜି ସକାଳେ ଆଇଆଇଏମ, ସମ୍ବଲପୁର ଗସ୍ତ କରି ସ୍ଥାନୀୟ ପ୍ରଶାସନ ଓ ଶିକ୍ଷାନୁଷ୍ଠାନର କର୍ତ୍ତୃପକ୍ଷଙ୍କ ସହ ପ୍ରସ୍ତୁତି ସମୀକ୍ଷା କରିଛନ୍ତି। ପରବର୍ତ୍ତୀ ପର୍ଯ୍ୟାୟରେ ରେମେଡ ଠାରେ ସ୍ଥାନୀୟ ପ୍ରଶାସନ ଓ ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ସହ ପ୍ରସ୍ତୁତି କାର୍ଯ୍ୟର ସମୀକ୍ଷା କରିବା ସହ ବିଭିନ୍ନ କାର୍ଯ୍ୟର ତଦାରଖ କରିଥିଲେ।

ସୁରକ୍ଷା ବଳୟରେ ସମ୍ବଲପୁର, ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ

ଶ୍ରୀ ପ୍ରଧାନ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି ଯେ ଗତ ୩ ବର୍ଷ ତଳେ କୋଭିଡ୍ ସମୟରେ ପ୍ରଧାନମନ୍ତ୍ରୀ ମୋଦି ନିଜେ ଭିଡିଓ କନଫରେନ୍ସିଂ ଜରିଆରେ ଆଇଆଇଏମ ସମ୍ବଲପୁରର ନୂତନ କ୍ୟାମ୍ପସ ଶିଳାନ୍ୟାସ କରିଥିଲେ। ପ୍ରଧାନମନ୍ତ୍ରୀ ସବୁବେଳେ କୁହନ୍ତି, ଯେଉଁ ପ୍ରକଳ୍ପକୁ ଆମ ସରକାର ଆରମ୍ଭ କରେ, ସେହି ପ୍ରକଳ୍ପକୁ ଲୋକାର୍ପଣ ମଧ୍ୟ କରେ। ଭାରତ ସରକାରଙ୍କ ଶିକ୍ଷା ବିଭାଗ ଦ୍ୱାରା ପ୍ରାୟ ୪୦୦ କୋଟି ଟଙ୍କା ବ୍ୟୟରେ ଆଇଆଇଏମ୍ ସମ୍ବଲପୁର କ୍ୟାମ୍ପସର ଭବ୍ୟ ଭବନର ଲୋକାର୍ପଣ ହେବ। ବିଗତ ୧୦ ବର୍ଷ ଭିତରେ ଏହି ଅନୁଷ୍ଠାନ ଦେଶର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଭାବରେ ନିଜର ମାନ୍ୟତାକୁ ଉପଲବ୍ଧି କରିପାରିଛି ବୋଲି ଶ୍ରୀ ପ୍ରଧାନ କହିଛନ୍ତି।

Comments are closed.