www.samajalive.in
Sunday, December 14, 2025
19.1 C
Bhubaneswar

ପିପିଲିରେ କେନ୍ଦ୍ରମନ୍ତ୍ରୀ ସାଧ୍ବୀ ନିରଞ୍ଜନ ଜ୍ୟୋତିି

ପିପିଲି : କେନ୍ଦ୍ର ଗ୍ରାମ୍ୟ ଉନ୍ନୟନ ରାଷ୍ଟ୍ରମନ୍ତ୍ରୀ ସାଧ୍ବୀ ନିରଞ୍ଜନ ଜ୍ୟୋତି ଶୁକ୍ରବାର ପିପିଲି ଗସ୍ତରେ ଆସି ଦଳୀୟ ଜିଲା ପଦାଧିକାରୀ, ମଣ୍ଡଳ ସଭାପତି ଓ କାର୍ଯ୍ୟକର୍ତ୍ତାଙ୍କୁ ନେଇ ସାଙ୍ଗଠନିକ ବୈଠକ କରିଥିଲେ। ସ୍ଥାନୀୟ କ୍ରୀଷ୍ଣା ଗାର୍ଡେନ ଠାରେ ଅନୁଷ୍ଠିତ ପୁରୀ ଲୋକସଭା ଆସନର ‘ଲୋକସଭା ପ୍ରବାସ ଯୋଜନା’ କାର୍ଯ୍ୟକ୍ରମରେ ସେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ‘ମନ୍‍ କି ବାତ୍‍’ କାର୍ଯ୍ୟକ୍ରମ କିଭଳି ତଳ ସ୍ତରରେ ପହଞ୍ଚିବ ସେ ସମ୍ପର୍କରେ ଆଲୋକପାତ କରିବା ସହ ବିଭିନ୍ନ ପରାମର୍ଶ ଦେଇଥିଲେ । ତୃଣମୂଳ ସ୍ତରରେ ଦଳକୁ କିଭଳି ଅଧିକ ମଜଭୁତ କରାଯିବ ଓ ବିଭିନ୍ନ କେନ୍ଦ୍ରୀୟ ଯୋଜନାର ଲାଭ ଲୋକଙ୍କ ପାଖରେ କିପରି ପହଞ୍ଚିବ ସେ ସଂପର୍କରେ କେନ୍ଦ୍ରମନ୍ତ୍ରୀ ଆଲୋକପାତ କରିଥିଲେ। ଆଗାମୀ ଦିନରେ ବିଜେପି କିଭଳି ଅଧିକ ଜନ ଆଦୃତ ହୋଇପାରିବ ସେ ସମ୍ପର୍କରେ ସେ କାର୍ଯ୍ୟକର୍ତ୍ତାଙ୍କ ସହ ଆଲୋଚନା କରି ବିଭିନ୍ନ ପରାମର୍ଶ ଦେଇଥିଲେ । ପୁରୀ ଜିଲା ବିଜେପି ସଭାପତି ଆଶ୍ରିତ ପଟ୍ଟନାୟକଙ୍କ ସଭାପତିତ୍ୱରେ ଅନୁଷିତ ଏହି କାର୍ଯ୍ୟକ୍ରମରେ ବିଜେପିର ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ର, ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ, ବରିଷ୍ଠ ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର, ସୁରମା ପାଢୀ, ସଂଯୋଜକ ଶଙ୍କର ପରିଡା, ବରିଷ୍ଠ ନେତା ପୃଥ୍ବୀରାଜ ହରିଚନ୍ଦନ, ଓମପ୍ରକାଶ ମିଶ୍ର, ରମାରଞ୍ଜନ ବଳିୟାରସିଂ, କୃଷ୍ଣ ଜଗଦେବ, ମାନସ ମହାନ୍ତି, ଅମୀୟ ଦାସ, କାମାକ୍ଷା ପ୍ରଧାନଙ୍କ ସମେତ ପୁରୀ ଲୋକସଭା ଆସନ ଅନ୍ତର୍ଗତ ସମସ୍ତ ନିର୍ବାଚନମଣ୍ଡଳୀର ମଣ୍ଡଳ ସଭାପତି ଓ କାର୍ଯ୍ୟକର୍ତ୍ତାମାନେ ଯୋଗ ଦେଇଥିଲେ।

Hot this week

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

Related Articles

Popular Categories