www.samajalive.in
Sunday, December 7, 2025
14.1 C
Bhubaneswar

କୋଭିଡ୍-୧୯ର ମୁକାବିଲା ନେଇ ନବୀନଙ୍କ ସହ ଆଲୋଚନା କଲେ ଧର୍ମେନ୍ଦ୍ର

-ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଭାରତ ସରକାର ରାଜ୍ୟ ସରକାରଙ୍କୁ ଯଥାସମ୍ଭବ ସହଯୋଗ କରିବା ପାଇଁ ପଦକ୍ଷେପ ନେଉଛନ୍ତି

-ତୃଣମୂଳ ସ୍ତରରେ କୋଭିଡ୍‍ ପରିଚାଳନା ପାଇଁ ସମାଜର ପ୍ରତିଷ୍ଠିତ ବ୍ୟକ୍ତି, ସ୍ୱେଚ୍ଛାସେବୀ ଓ ରାଜନୈତିକ ଦଳର ନେତାମାନଙ୍କୁ ସାମିଲ କଲେ କୋଭିଡ୍‍ ମୁକାବିଲା ତ୍ୱରାନ୍ୱିତ ହୋଇପାରିବ

- Advertisement -

ନୂଆଦିଲ୍ଲୀ/ଭୁବନେଶ୍ୱର :  ରାଜ୍ୟରେ କୋଭିଡ୍-୧୯ର ସଠିକ୍ ମୁକାବିଲା କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଭାରତ ସରକାରଙ୍କ ଦ୍ୱାରା ନିଆଯାଉଥିବା ବିଭିନ୍ନ ପଦକ୍ଷେପ ଗୁଡ଼ିକ ବିଷୟରେ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କେନ୍ଦ୍ର ପେଟ୍ରୋଲିୟମ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଲୋଚନା କରିଛନ୍ତି।

ଏହି ଅବସରରେ ରାଜ୍ୟରେ ଗାଁ ଓ ୱାଡ଼୍‍ ସ୍ତରରେ ‘କୋଭିଡ୍‍ ସଂକଟ ପରିଚାଳନା କମିଟି’ ଗଠନ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଶ୍ରୀ ପ୍ରଧାନ ଅନୁରୋଧ କରିଛନ୍ତି।
ରାଜ୍ୟରେ କୋଭିଡ୍‍-୧୯ର ସଠିକ୍‍ ମୁକାବିଲା କରିବା ପାଇଁ ଭାରତ ସରକାରଙ୍କ ଦ୍ୱାରା ନିଆଯାଉଥିବା ବିଭିନ୍ନ ପଦକ୍ଷେପ ଗୁଡ଼ିକ ବିଷୟରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା କରିବା ପରେ ଶ୍ରୀ ପ୍ରଧାନ ଏହା ଟ୍ୱିଟ୍‍ କରି ସୂଚନା ଦେଇଛନ୍ତି।
ଶ୍ରୀ ପ୍ରଧାନ ଟ୍ୱିଟ୍‍ କରିଛନ୍ତି ଯେ ଆଗାମୀ ୧୫ ଦିନ ଆମ ସମସ୍ତଙ୍କ ପାଇଁ ଆହ୍ବାନର ସମୟ ରହିବ। ତେଣୁ ତୃଣମୂଳ ସ୍ତରରେ କୋଭିଡ୍‍-୧୯ର ମୁକାବିଲାରେ ସମାଜର ପ୍ରତିଷ୍ଠିତ ବ୍ୟକ୍ତି, ସ୍ୱେଚ୍ଛାସେବୀ ତଥା ସମସ୍ତ ରାଜନୈତିକ ଦଳର ନେତା ମାନଙ୍କୁ ସାମିଲ କରିବା ପାଇଁ ସେ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି। ଏହାସହ କୋଭିଡ୍‍-୧୯ ମୁକାବିଲା ତଥା ସଠିକ୍‍ ପରିଚାଳନା ପାଇଁ ରାଜ୍ୟର ସବୁ ଗାଁ ଓ ୱାଡ଼୍‍ ସ୍ତରରେ ସମସ୍ତ ରାଜନୈତିକ ଦଳର ନେତୃତ୍ୱ ମାନଙ୍କୁ ନେଇ ଏକ ‘କୋଭିଡ୍‍ ସଂକଟ ପରିଚାଳନା କମିଟି’ ଗଠନ କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଥିବା ଶ୍ରୀ ପ୍ରଧାନ ଟ୍ୱିଟ୍‍ କରିଛନ୍ତି।
ଓଡ଼ିଶାରେ କିପରି ଟିକା ଉପଲବ୍ଧି ହୋଇପାରିବ ସେ ନେଇ ମୁଖ୍ୟମନ୍ତ୍ରୀ, ଶ୍ରୀ ପ୍ରଧାନଙ୍କ ଅବଗତ କରାଇଛନ୍ତି। ରାଜ୍ୟକୁ କିପରି ଟିକା, ରେମଡ଼େସିଭର ଡ୍ରଗ୍ସ, ରାପିଡ଼୍‍ ଆଂଟିଜେନ୍‍ ଟେଷ୍ଟ କିଟ୍‍ ଅଧିକରୁ ଅଧିକ ଯୋଗାଯାଇ ପାରିବ ସେ ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଡ଼. ହର୍ଷବର୍ଦ୍ଧନ ଏବଂ କେନ୍ଦ୍ରମନ୍ତ୍ରୀ ମନସୁଖ ମାଣ୍ଡଭ୍ୟାଙ୍କ ସହ କଥା ହୋଇଥିବା ମୁଖ୍ୟମନ୍ତ୍ରୀଙ୍କୁ ଶ୍ରୀ ପ୍ରଦାନ ଜଣାଇଛନ୍ତି।
ବର୍ତ୍ତମାନ କୋଭିଡ୍‍ ମହାମାରୀର ସଂକଟ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଭାରତ ସରକାର ରାଜ୍ୟ ସରକାରଙ୍କୁ ଯଥାସମ୍ଭବ ସହଯୋଗ କରିବା ପାଇଁ ପଦକ୍ଷେପ ନେଉଛନ୍ତି। ମିଳିତ ସହଯୋଗ ଏବଂ ସମନ୍ୱୟ ବଳରେ ଓଡ଼ିଶା ଏବଂ ଭାରତ ଏହି ମହାମାରୀ ବିରୁଦ୍ଧ ଲଢ଼େଇରେ ବିଜୟୀ ହୋଇପାରିବ। ଆମେ ଏକାଠୀ ହୋଇ ଜିତିପାରିବା ବୋଲି ଶ୍ରୀ ପ୍ରଧାନ ଟ୍ୱିଟ୍‍ କରିଛନ୍ତି।
କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ କିଛି ଦିନ ତଳେ ରାଜ୍ୟରେ ପରିଚାଳିତ କେନ୍ଦ୍ରୀୟ ରଷ୍ଟ୍ରାୟତ ଉଦ୍ୟୋଗ(ପିଏସୟୁ) ଗୁଡ଼ିକର ମୁଖ୍ୟ, ରାଜ୍ୟ ସରକାରଙ୍କ ଅଧିକାରୀ, ସ୍ୱାସ୍ଥ୍ୟ ସଂଗଠନ, ବ୍ୟାଙ୍କିଂ ଏବଂ ରେଳବାଇ କ୍ଷେତ୍ରର ପ୍ରମୁଖ ଅଧିକାରୀଙ୍କ ସହ କଥା ହୋଇ ରାଜ୍ୟରେ ଟେଷ୍ଟି, ଭେଂଟିଲେଟର, ଟିକାକରଣ ଓ ଅକ୍ସିଜେନ ବ୍ୟବସ୍ଥା ବଢାଇବା ସହ ସ୍ୱାସ୍ଥ୍ୟ ଭିତିଭୂମି ଉପରେ ଗୁରୁତ୍ୱ ଦେବାକୁ କହିଥିଲେ।

Hot this week

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

Related Articles

Popular Categories