www.samajalive.in
Saturday, December 6, 2025
14.1 C
Bhubaneswar

ବିଧାୟକଙ୍କ ପାଇଁ ଜ୍ଞାନ ସଂସ୍କାର କାର୍ଯ୍ୟକ୍ରମ: ବିଜେଡି ଓ କଂଗ୍ରେସର ବୟକଟ୍

ଭୁବନେଶ୍ଵର: ଆରମ୍ଭ ହେଲା ନୂଆ ବିଧାୟକ ମାନଙ୍କର ପାଠଶାଳା । ବିଧାନସଭାରେ ବିଧାୟକ ମାନଙ୍କ ଦୁଇ ଦିନିଆ ଜ୍ଞାନ ସଂସ୍କାର କାର୍ଯ୍ୟକ୍ରମକୁ ଉଦଘାଟନ କରିଛନ୍ତି କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ। ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ଏହି ଦୁଇ ଦିନିଆ କାର୍ଯ୍ୟକ୍ରମ ଚାଲିବ। ୧୭ତମ ବିଧାନସଭାର ବିଧାୟକଙ୍କ ଜ୍ଞାନ ସଂସ୍କାର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତୀ ପରିଡାଙ୍କ ସହ ମନ୍ତ୍ରୀ ମଣ୍ଡଳର ସଦସ୍ୟଙ୍କ ସମେତ ବିଜେପି ବିଧାୟକମାନେ ଉପସ୍ଥିତ ଥିଲେ। ଆଜି କେନ୍ଦ୍ରମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ , ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ , ପୂର୍ବତନ ନେତା ତଥା ବିଜେଡି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ଵାଇଁ, ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ଘଡେଇ ଏବଂ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ଗୋଟିଏ ଗୋଟିଏ ସେସନ୍ ରହିଛି। ଏଥିରେ ବରିଷ୍ଠମାନେ ନିଜର ଅଭିଜ୍ଞତା ବାଣ୍ଟିବେ। ବିଧାନସଭାର ନିୟମ ଏବଂ କାର୍ଯ୍ୟାବଳୀ ବିଷୟରେ ବିଧାୟକଙ୍କ ଅବଗତ କରିବେ। ତେବେ ବିଧାନସଭାରେ ଭଲ ପ୍ରଦର୍ଶନ ପାଇଁ ମନ୍ତ୍ର ଦେବେ। ସେପଟେ ବିଜେଡି ଏବଂ କଂଗ୍ରେସ ଏହି କାର୍ଯ୍ୟକ୍ରମକୁ ବୟକଟ୍ କରିଛନ୍ତି। ତେବେ ଏହି  କାର୍ଯ୍ୟକ୍ରମ ଆରମ୍ଭ ହୋଇଥିବାବେଳେ ବିରୋଧୀ ଦଳ ନେତା କିମ୍ବା ବିଜେଡିର କୌଣସି ବିଧାୟକ ଯୋଗଦେଇନାହାନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories