ଡେସ୍କ: କେନ୍ଦ୍ର ମନ୍ତ୍ରୀ ତଥା ରାଷ୍ଟ୍ରୀୟ ଲୋକ ଜନଶକ୍ତି ପାର୍ଟି ମୁଖ୍ୟ ପଶୁପତି କୁମାର ପାରସ ଗତକାଲି କେନ୍ଦ୍ର କ୍ୟାବିନେଟରୁ ଇସ୍ତଫା ଦେବା ପରେ କେନ୍ଦ୍ର ମନ୍ତ୍ରୀ କିରଣ ରିଜିଜୁଙ୍କୁ ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ବିଜ୍ଞପ୍ତିରେ କୁହାଯାଇଛି ଯେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶ୍ରୀ ପାରସଙ୍କ ଇସ୍ତଫାକୁ ତୁରନ୍ତ ଗ୍ରହଣ କରିଛନ୍ତି। ଶ୍ରୀ ରିଜିଜୁ ବର୍ତ୍ତମାନ ପୃଥିବୀ ବିଜ୍ଞାନ ମନ୍ତ୍ରଣାଳୟର ଦାୟିତ୍ୱରେ ଅଛନ୍ତି।
କେନ୍ଦ୍ରମନ୍ତ୍ରୀ କିରଣ ରିଜିଜୁଙ୍କୁ ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ
Popular Categories



