ଜି -୨୦ ଶିକ୍ଷାମନ୍ତ୍ରୀମାନଙ୍କ ବୈଠକରେ ଯୋଗଦେବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଚାରିଦିନିଆ ଇଣ୍ଡୋନେସିଆ ଗସ୍ତରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ
ଆଜିଠୁ ସେପ୍ଟେମ୍ବର୨ ଯାଏଁ ବାଲି ଠାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ
ୟୁଏଇ,ସାଉଦିଆରବ,ବ୍ରାଜିଲ,ସିଙ୍ଗାପୁର,ଇଣ୍ଡୋନେସିଆଏବଂ ଅଷ୍ଟ୍ରେଲିଆ ସହ ପୃଥକ ଦ୍ୱିପାକ୍ଷିକ ବୈଠକରେ ଉପସ୍ଥିତ ରହିବେ
ସୁଗ୍ରିବ ବିଶ୍ୱବିଦ୍ୟାଳୟରେ ସଂସ୍କୃତ ବିଭାଗର ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରିବେ
ପ୍ରବାସୀ ଓଡ଼ିଆ ଓ ଭାରତୀୟଙ୍କୁ ଭେଟିବେ କେନ୍ଦ୍ରମନ୍ତ୍ରୀ
ନୂଆଦିଲ୍ଲୀ/ଭୁବନେଶ୍ୱର : କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାରଠାରୁ ସେପ୍ଟେମ୍ବର ୨ ପର୍ଯ୍ୟନ୍ତ ୪ ଦିନିଆ ଇଣ୍ଡୋନେସିଆର ବାଲି ଗସ୍ତରେ ଯାଇଛନ୍ତି । ବାଲିରେ ଅନୁଷ୍ଠିତ ହେବାକୁ ଥିବା ଜି-୨୦ ଶିକ୍ଷାମନ୍ତ୍ରୀ ମାନଙ୍କ ବୈଠକରେ ଯୋଗ ଦେବା ଏହି ଗସ୍ତର ମୁଖ୍ୟ ଉଦ୍ଦେଶ୍ୟ ।
କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଅଗଷ୍ଟ୩୦ରେ ବାଲିରେ ପହଞ୍ଚିବା ପରେ ପ୍ରଥମେ ଜି-୨୦ ଶିକ୍ଷା ମନ୍ତ୍ରୀ ମାନଙ୍କ ବୈଠକରେ ଅଂଶଗ୍ରହଣ କରିବା ପାଇଁ ଆସିଥିବା ବ୍ରାଜିଲର ପ୍ରତିନିଧି ମାନଙ୍କ ସହ ଦ୍ୱିପାକ୍ଷିକ ବୈଠକରେ ଯୋଗଦେବେ । ପରେ ବାଲିରେ ପ୍ରବାସୀ ଓଡ଼ିଆ ଏବଂ ଭାରତୀୟଙ୍କ ସହ ସାକ୍ଷାତ୍ କରିବେ । ଇଣ୍ଟରନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ୍ ଟୁରିଜିମ ଆଣ୍ଡ୍ ବିଜନେସ ଅନୁଷ୍ଠାନକୁ ଯାଇ କୁଳପତିଙ୍କୁ ଭେଟିବେ । ସୁଗ୍ରିବ ବିଶ୍ୱବିଦ୍ୟାଳୟରେ ସଂସ୍କୃତ ବିଭାଗର ଛାତ୍ରଛାତ୍ରୀ ଓ ପ୍ରାଧ୍ୟାପକଙ୍କ ସହ ଆଲୋଚନା କରିବେ ।
ସେପ୍ଟେମ୍ବର ୧ରେ ଶ୍ରୀ ପ୍ରଧାନ ଗୁରୁତ୍ୱପୂର୍ଣ୍ଣ ଜି-୨୦ ଶିକ୍ଷା ମନ୍ତ୍ରୀ ମାନଙ୍କ ବୈଠକରେ ଯୋଗଦେବେ । ଚଳିତବର୍ଷ ଏହି ବୈଠକର ବିଷୟବସ୍ତୁ ରହିଛି “ରିକୋଭର, ରିଇମାଜିନ୍ ଆଣ୍ଡ୍ ରିବିଲ୍ଡ ଷ୍ଟ୍ରଙ୍ଗର୍” । ପରବର୍ତ୍ତୀ ପର୍ଯ୍ୟାୟରେ କେନ୍ଦ୍ରମନ୍ତ୍ରୀ ସିଙ୍ଗାପୁର, ୟୁଏଇ, ସାଉଦି ଆରବ ସହ ପୃଥକ ପୃଥକ ଦ୍ୱିପାକ୍ଷିକ ବୈଠକରେ ଉପସ୍ଥିତ ରହିବେ । ଇଣ୍ଡୋନେସିଆ ଏବଂ ଅଷ୍ଟ୍ରେଲିଆ ସହ ମଧ୍ୟ ପୃଥକ ବୈଠକରେ ସହ-ଅଧ୍ୟକ୍ଷତା କରିବା ପରେ ସ୍ୱଦେଶ ପ୍ରତ୍ୟାବର୍ତ୍ତନ କରିବାର କାର୍ଯ୍ୟକ୍ରମ ରହିଛି ।
ଉଲ୍ଲେଖନୀୟ ଯେ, କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କ ସହ ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀମାନେ ମଧ୍ୟ ବାଲି ଗସ୍ତ କରୁଛନ୍ତି ।
Comments are closed.