www.samajalive.in
Saturday, December 6, 2025
26.1 C
Bhubaneswar

ସୁସ୍ଥ ଜୀବନଯାପନ ପାଇଁ ‘ଯୋଗ’ ଗୁରୁତ୍ୱପୂର୍ଣ୍ଣ : ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର : ସୁସ୍ଥ ଜୀବନଯାପନ ପାଇଁ ପ୍ରତିଦିନ ‘ଯୋଗ’ କରିବା ଗୁରୁତ୍ୱପୂର୍ଣ୍ଣ ବିଷୟ। ବିଶେଷ ଭାବରେ ସାମ୍ପ୍ରତିକ ସମୟରେ ଯୁବଗୋଷ୍ଠୀମାନେ ‘ଯୋଗ’ କରିବା ପାଇଁ ଆଗେଇ ଆସିବା ଦରକାର ବୋଲି ସୋମବାର ‘ଅନ୍ତର୍ଜାତୀୟ ଯୋଗ ଦିବସ’ ଅବସରରେ ଟ୍ୱିଟ୍‍ ଯୋଗେ  କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆହ୍ୱାନ କରିଛନ୍ତି।
ଶ୍ରୀ ପ୍ରଧାନ ଘରେ ରହି ଯୋଗ କରିବା ସହ ଦେଶବାସୀଙ୍କୁ ଯୋଗ ଦିବସର ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି ଯେ, ପ୍ରତିଦିନ ସକାଳେ ଯୋଗ କରିବା ଦ୍ୱାରା ଶରୀର ଓ ମନ ପ୍ରଫୁଲ୍ଲିତ ରୁହେ। ‘ଯୋଗ’ର ଅର୍ଥ ହେଉଛି ଶରୀର, ମସ୍ତିଷ୍କ ଏବଂ ଆତ୍ମାର ମିଳନ, ଯାହା ଜୀବନର ଆଦର୍ଶ ଅଟେ। ‘ଯୋଗ’ ଆମକୁ ଚେତନାସ୍ତରକୁ ନେଇପାରେ। ସାମର୍ଥ୍ୟ ହାସଲ କରିବାକୁ ଆଗେଇ ନେଇପାରେ। ଆମକୁ ସୁସ୍ଥତା, ସୁଖ ଓ ପୂର୍ଣ୍ଣତା ଦେଇପାରେ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି।
ସୂଚନାଯୋଗ୍ୟ, ସପ୍ତମ ‘ଅନ୍ତର୍ଜାତୀୟ ଯୋଗ ଦିବସ’ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ କାର୍ଯ୍ୟକ୍ରମକୁ କେନ୍ଦ୍ରମନ୍ତ୍ରୀ ଶୁଣିଥିଲେ। ଆଜି ଯେତେବେଳେ ବିଶ୍ୱ କୋଭିଡ୍‍-୧୯ ମହାମାରୀ ବିରୋଧରେ ଲଢ଼େଇ କରୁଛି ସେହି ସମୟରେ ଯୋଗ ଏକ ଆଶା ଉଜ୍ଜିବୀତ କରିଛି। ଚାପଗ୍ରସ୍ତରୁ ଦୃଢ଼ ମନୋବଳ, ନକରାତ୍ମକତାରୁ ସୃଜନଶୀଳତା ତଥା ଯୋଗ ଆମକୁ ମାନସିକ ଶାନ୍ତି, ଚେତନା ଏବଂ ସୁସ୍ଥତା ଦେଇଥାଏ ବୋଲି କେନ୍ଦ୍ରମନ୍ତ୍ରୀ ଟ୍ୱିଟ୍‍ କରିଛନ୍ତି।

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories