www.samajalive.in
Sunday, December 14, 2025
15.1 C
Bhubaneswar

‘ରଙ୍ଗୀନ ମାଛ’ ଆପ୍ ଆରମ୍ଭ କଲେ କେନ୍ଦ୍ର ମନ୍ତ୍ରୀ ରାଜୀବ ରଞ୍ଜନ ସିଂ

ଭୁବନେଶ୍ବର: କେନ୍ଦ୍ରୀୟ ମଧୁରଜଳ ଜୀବପାଳନ ଅନୁସନ୍ଧାନ ସଂସ୍ଥା (ଆଇସିଏଆର-ସିଫା)ରେ “ରଙ୍ଗିନ ମାଛ” ମୋବାଇଲ୍ ଆପ୍‌ ( “Rangeen Machhli” Mobile App)କୁ କେନ୍ଦ୍ର ମତ୍ସ୍ୟ ଚାଷ, ପଶୁପାଳନ ଏବଂ ଦୁଗ୍ଧ ଉତ୍ପାଦନ ମନ୍ତ୍ରୀ ରାଜୀବ ରଞ୍ଜନ ସିଂ ଓରଫ ଲଲନ ସିଂ ଉନ୍ମୋଚନ କରିଛନ୍ତି। ପ୍ରଧାନମନ୍ତ୍ରୀ ମତ୍ସ୍ୟ ସମ୍ପଦ ଯୋଜନା (ପିଏମଏମଏସୱାଇ) ସହଯୋଗରେ ଆଇସିଏଆର-ସିଫା ଦ୍ୱାରା ବିକଶିତ ଏହି ଆପ୍ ରଙ୍ଗିନ ମତ୍ସ୍ୟ ଚାଷ କ୍ଷେତ୍ରର ବର୍ଦ୍ଧିତ ଆବଶ୍ୟକତାକୁ ପୂରଣ କରିବା ପାଇଁ ଡିଜାଇନ୍ କରାଯାଇଛି। ଏହି ଆପ ହବିଷ୍ଟ, ଆକ୍ୱାରିୟମ ଦୋକାନ ମାଲିକ ଏବଂ ମାଛ ଚାଷୀମାନଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଜ୍ଞାନ ଉତ୍ସ ଭାବେ ବିବେଚିତ ହେବ। ଏହି କାର୍ଯ୍ୟକ୍ରମରେ ମତ୍ସ୍ୟଚାଷ, ପଶୁପାଳନ ଏବଂ ଦୁଗ୍ଧ ଉତ୍ପାଦନ ରାଷ୍ଟ୍ରମନ୍ତ୍ରୀ ଜର୍ଜ କୁରିଆନ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇଥିଲେ।

ଏହି ଅବସରରେ କେନ୍ଦ୍ର ମନ୍ତ୍ରୀ ରାଜୀବ ରଞ୍ଜନ ସିଂହ ରଙ୍ଗିନ ମତ୍ସ୍ୟ ଚାଷ କ୍ଷେତ୍ରର ବୃଦ୍ଧି ପାଉଥିବା ଗୁରୁତ୍ୱ ଉପରେ ଆଲୋକପାତ କରି କହିଥିଲେ ଯେ ଏହି କ୍ଷେତ୍ରରେ ନିଯୁକ୍ତି ସୃଷ୍ଟି କରିବା ଏବଂ ଏହାର ଅଭିବୃଦ୍ଧି ଉପରେ ମନ୍ତ୍ରାଳୟ ଗୁରୁତ୍ୱ ଦେଉଛି। ଆକ୍ୱାରିୟମ ଅଭିଯାନକୁ ବ୍ୟାପକ ଭାବେ ପ୍ରୋତ୍ସାହିତ କରାଯିବା ଉଚିତ।

- Advertisement -

“ରଙ୍ଗିନ ମାଛ” ଆପ୍ ଆଠଟି ଭାରତୀୟ ଭାଷାରେ ଲୋକପ୍ରିଯ଼ ରଙ୍ଗିନ ମାଛ ପ୍ରଜାତି ଉପରେ ବହୁଭାଷୀ ସୂଚନା ପ୍ରଦାନ କରିଥାଏ। ବିଭିନ୍ନ ରଙ୍ଗିନ ମାଛ ପ୍ରଜାତିର ବିଭିଧତା ଯତ୍ନ, ପ୍ରଜନନ ଓ  ରକ୍ଷଣାବେକ୍ଷଣର ପଦ୍ଧତି ଉପରେ ଏହି ଆପ ଆଗ୍ରହୀ ଚାଷୀମାନଙ୍କ ପାଇଁ ବିସ୍ତୃତ ବିବରଣୀ ପ୍ରଦାନ କରିଥାଏ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories