www.samajalive.in
Monday, December 8, 2025
27.1 C
Bhubaneswar

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ

ଭଦ୍ରକ : କେନ୍ଦ୍ର ପେଟ୍ରୋଲିୟମ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ବାତ୍ୟା କ୍ଷତିଗ୍ରସ୍ତ ଭଦ୍ରକ ଓ ବାଲେଶ୍ୱର ଜିଲ୍ଲା ଗସ୍ତରେ ଯାଇ ଆକାଶ ମାର୍ଗରୁ ବାସୁଦେବପୁର ଓ ଚାନ୍ଦବାଲିର କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କରିଛନ୍ତି।

ସେ ଧାମରା ହେଲିଫ୍ୟାଡରେ ଓହ୍ଲାଇ ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ଧାମରା, ଓରାମାଳ, ପାଇକ ସାହି ଓ ଦୋସିଙ୍ଗା ଅଞ୍ଚଳ ବୁଲି ବାତ୍ୟା ବିପନ୍ନଙ୍କ ସହିତ କଥା ହେବା ଅବସରରେ ଧାମରାର ସମୁଦ୍ର କୂଳରେ ବନ୍ୟା ଜଳ ନିଷ୍କାସନ କ୍ଷେତ୍ରରେ ଅଧିକ ଆଡ଼ିବନ୍ଧ ନିର୍ମାଣ କରିବାର ବନ୍ଦୋବସ୍ତ କରିବେ ବୋଲି ପ୍ରତିଶୃତି ଦେଇଥିଲେ। ପ୍ରଭାବିତ ଗ୍ରାମାଞ୍ଚଳରେ ଅଧିକ କଲଭର୍ଟ୍ ତିଆରି କରାଗଲେ ପାଣିର ଶୀଘ୍ର ନିଷ୍କାସନ ହୋଇପାରିବ ଏବଂ ସ୍ଥାୟୀ ଭାବରେ ଲୋକମାନେ ଆଉ ପାଣି ଘେରରେ ରହିବେନି । ଏହି ଅଞ୍ଚଳରେ ବିପର୍ଯ୍ୟୟର ସ୍ଥାୟୀ ମୁକାବିଲା ପାଇଁ ଏକ ଦୂରଦର୍ଶୀ ବିସ୍ତୃତ ଯୋଜନାର ଆବଶ୍ୟକତା ରହିଛି । ସେ ବିପନ୍ନଙ୍କୁ ଶୁଖିଲା ଖାଦ୍ୟ ଓ ମାସ୍କ ବଣ୍ଟନ କରିଥିଲେ।
ଏହି ଗସ୍ତ ସମୟରେ ତାଙ୍କ ସହିତ ପୂର୍ବତନ ମନ୍ତ୍ରୀ ମନମୋହନ ସାମଲ ଓ ବିରୋଧି ଦଳ ଉପନେତା ତଥା ବିଧାୟକ ବିଷ୍ଣୁ ସେଠୀ ଉପସ୍ଥିତ ଥିଲେ।

Hot this week

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

ଓଡ଼ିଶାରେ ଡାକ୍ତର ମରୁଡି ବଢାଇଲା ଚିନ୍ତା

ଭୁବନେଶ୍ୱର: ଓଡ଼ିଶାରେ ଡାକ୍ତର ମରୁଡି ପଡିଛି । ଠିକାରେ ଚାଲିଛି ଡାକ୍ତରୀ...

Related Articles

Popular Categories