www.samajalive.in
Monday, December 8, 2025
13.1 C
Bhubaneswar

୧୬୦୭ କୋଟିର ବରଗଡ଼ ଇଥାନଲ ପ୍ଲାଣ୍ଟ ଓଡ଼ିଶାର କୃଷି ଆଧାରିତ ଶିଳ୍ପକୁ ତ୍ୱରାନ୍ୱିତ କରିବ: ଧର୍ମେନ୍ଦ୍ର ପ୍ରଧାନ

ବରଗଡ଼: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୯ ବର୍ଷର ଶାସନ ଓ ସେବାର ପୂର୍ତ୍ତି ଅବସରରେ ‘ବିକାଶ ତୀର୍ଥ ଯାତ୍ରା’ ଅନ୍ତର୍ଗତ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ବରଗଡ଼ ସ୍ଥିତ ବିପିସିଏଲର ନିର୍ମାଣାଧୀନ ୧ଜି ଜୈବ ଇଥାନଲ ପ୍ଲାଣ୍ଟ ଓ ୨ଜି ଜୈବ ଇଥାନଲ ପ୍ଲାଣ୍ଟ ପରିଦର୍ଶନ କରିଛନ୍ତି। ଏଥିସହ ଜିଲ୍ଲା ପ୍ରଶାସନ ଓ ପ୍ରକଳ୍ପ ଅଧିକାରୀଙ୍କ ସହ ଅଗ୍ରଗତି କାର୍ଯ୍ୟର ସମୀକ୍ଷା କରିଛନ୍ତି।

ଏହି ଅବସରରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପୂର୍ବୋଦୟ କଳ୍ପନାରେ ପ୍ରାୟ ୧୬୦୭ କୋଟି ଟଙ୍କା ବ୍ୟୟରେ ପ୍ରତିଷ୍ଠା ହେଉଥିବା ଏହି ଇଥାନଲ ପ୍ଲାଣ୍ଟ କାର୍ଯ୍ୟକ୍ଷମ ହେଲେ ଓଡ଼ିଶାର କୃଷି ଆଧାରିତ ଶିଳ୍ପକୁ ତ୍ୱରାନ୍ୱିତ କରିବ। ମୋଟ ପ୍ରାୟ ୭୦ ଏକର ପରିମିତ ଜମିରେ ପ୍ରତିଷ୍ଠା ହେଉଥିବା ଏହି ପ୍ଲାଣ୍ଟ ଦୈନିକ ୨୦୦ ଲିଟର ଇଥାନଲ ଉତ୍ପାଦନ କରିବ। ଓ୍ୱେଷ୍ଟ ଟୁ ଓ୍ୱେଲଥକୁ ପ୍ରୋତ୍ସାହନ ଦେବ ତଥା ଏହି ପ୍ଲାଣ୍ଟ୍ ନଡା, ବଳକା ଓ ଖରାପ ହୋଇଯାଇଥିବା ଚାଉଳରୁ ଇଥାନଲ ପ୍ରସ୍ତୁତ କରିବ। ବରଗଡ଼, ସମ୍ବଲପୁର, ସୋନପୁର ଓ ବଲାଙ୍ଗୀର ସମେତ ଆଖପାଖ ଅଞ୍ଚଳର ଚାଷୀଙ୍କ ଆୟକୁ ବୃଦ୍ଧି କରିବାରେ ସହାୟକ ହେବ। ସ୍ଥାନୀୟ ଅଞ୍ଚଳରେ ରୋଜଗାର ଏବଂ ସ୍ୱରୋଜଗାରର ସୁଯୋଗ ସୃଷ୍ଟି ହେବ। ସ୍ୱଦେଶୀ ଜ୍ଞାନକୌଶଳରେ ପ୍ରସ୍ତୁତ ଏହି ପ୍ଲାଣ୍ଟ୍ ସବୁଜ ଇନ୍ଧନକୁ ପ୍ରୋତ୍ସାହନ ଦେବ। ଖୁବଶୀଘ୍ର ଏହି ପ୍ଲାଣ୍ଟ କାର୍ଯ୍ୟକ୍ଷମ ହେବାର ଆଶା କରାଯାଉଛି ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ।

- Advertisement -

କେବଳ ବଗରଡ ନୁହେଁ ପଡ଼ୋଶୀ ଛତିଶଗଡ଼ ଓ ପଶ୍ଚିମବଙ୍ଗ ସହ ସୋନପୁରରେ ନୂଆ ଇଥାନଲ ପ୍ଲାଣ୍ଟ ସ୍ଥାପନ କରାଯିବ। ଏଥିପାଇଁ ଇଥାନଲ ଇଞ୍ଜିନିୟରିଂ, ଅର୍ଥନୀତି ଏବଂ ପ୍ରଯୁକ୍ତିବିଦ୍ୟାକୁ ଧ୍ୟାନରେ ରଖି ନୂତନ ଦକ୍ଷତା ଥିବା ମାନବ ସମ୍ବଳ ସୃଷ୍ଟି କରିବାକୁ ଜିଲ୍ଲା ପ୍ରଶାସନ ଏବଂ ପ୍ରକଳ୍ପ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ । ଏହା ଦ୍ୱାରା ଏହି ଅଞ୍ଚଳର ଯୁବକଯୁବତୀଙ୍କୁ ନୂଆ ନିଯୁକ୍ତି ସୁଯୋଗ ମିଳିବ ବୋଲି ସେ କହିଛନ୍ତି । ସେହିପରି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଏହି ପ୍ରକଳ୍ପ ପାଇଁ ଦକ୍ଷ ମାନବ ସମ୍ବଳ ପ୍ରସ୍ତୁତ କରିବା ନିମନ୍ତେ ଆଞ୍ଚଳିକ ସରକାରୀ ଆଇଟିଆଇ ଅନୁଷ୍ଠାନରେ ଟେକ୍ନୋଲୋଜି ଆଧାରିତ ନୂଆ ଦକ୍ଷତା ପାଠ୍ୟକ୍ରମ ଓ ମଡ୍ୟୁଲ୍ ପ୍ରସ୍ତୁତ କରିବା ପାଇଁ ଜିଲ୍ଲା ପ୍ରଶାସନକୁ ଆଉ ଏକ ପରାମର୍ଶ ଦେଇଛନ୍ତି।

ସୂଚନାଯୋଗ୍ୟ, ୧୦ ଅକ୍ଟୋବର ୨୦୧୮ରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପେଟ୍ରୋଲିୟମ ମନ୍ତ୍ରୀ ଥିବା ସମୟରେ ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନରେ ତାଙ୍କ ଦାୟିତ୍ୱରେ ଏହି ପ୍ଲାଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଥିଲା। ମହାମହିମ ରାଜ୍ୟପାଳଙ୍କ କରକମଳରେ ଏହି କାରଖାନାର ଶିଳାନ୍ୟାସ ହୋଇଥିଲା।

Hot this week

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

Related Articles

Popular Categories