www.samajalive.in
Tuesday, December 9, 2025
16.1 C
Bhubaneswar

ମେଡ଼ିକାଲ ଶିକ୍ଷା କ୍ଷେତ୍ରରେ ଯୁଗାନ୍ତକାରୀ ନିଷ୍ପତ୍ତି ପାଇଁ ପ୍ରଧାନମନ୍ତ୍ରୀ ଏବଂ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ ଧନ୍ୟବାଦ: ଧର୍ମେନ୍ଦ୍ର ପ୍ରଧାନ

-ଓବିସି ଏବଂ ଆର୍ଥିକ ପଛୁଆ ବର୍ଗର ଛାତ୍ରଛାତ୍ରୀଙ୍କ କଲ୍ୟାଣ ପାଇଁ ପ୍ରଧାନମନ୍ତ୍ରୀ ପ୍ରତିଶ୍ରୁତିବଦ୍ଧ
-ଏହି ପଦକ୍ଷେପ ମୋଦି ସରକାରଙ୍କ ସବକା ସାଥ୍‍-ସବକା ବିକାଶ ମନ୍ତ୍ରକୁ ପ୍ରତିଫଳିତ କରୁଛି
-ଏହି ପଦକ୍ଷେପ ଦେଶର ସାମାଜିକ ନ୍ୟାୟ ପ୍ରତିଷ୍ଠାରେ ସହାୟକ ହେବ

ନୂଆଦିଲ୍ଲୀ/ଭୁବନେଶ୍ୱର : ସବକା ସାଥ୍‍-ସବକା ବିକାଶ ମନ୍ତ୍ରରେ ପ୍ରଧାନମନ୍ତ୍ରୀ  ନରେନ୍ଦ୍ର ମୋଦୀଙ୍କ ସରକାର ଚଳିତ ୨୦୨୧-୨୨ ଶିକ୍ଷା ବର୍ଷରୁ ମେଡ଼ିକାଲ ଏବଂ ଡେଣ୍ଟାଲ ପାଠ୍ୟକ୍ରମରେ ସ୍ନାତକ ଏବଂ ସ୍ନାତକୋତ୍ତରରେ ସର୍ବଭାରତୀୟ କୋଟା(ଏଆଇକ୍ୟୁ) ଯୋଜନାରେ ଓବିସିଙ୍କୁ ୨୭ ପ୍ରତିଶତ ଏବଂ ଆର୍ଥିକ ଦୁର୍ବଳ ଶ୍ରେଣୀ (ଇଡବ୍ଲୁଏସ)ର ଛାତ୍ରଛାତ୍ରୀଙ୍କ ପାଇଁ ୧୦ ପ୍ରତିଶତ
ସଂରକ୍ଷଣର ଐତିହାସିକ ନିଷ୍ପତି ନେଇଥିବାରୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରଧାନମନ୍ତ୍ରୀ ମୋଦୀ ଏବଂ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମନସୁଖ ମାଣ୍ଡଭ୍ୟଙ୍କୁ ଧନ୍ୟବାଦ ଜଣାଇଛନ୍ତି ।
ଶ୍ରୀ ପ୍ରଧାନ ଏହି ନିଷ୍ପତ୍ତିକୁ ସ୍ୱାଗତ କରିବା ସହ କହିଛନ୍ତି ଯେ ପଛୁଆ ବର୍ଗ ଓବିସି ତଥା ଆର୍ଥିକ ଦୁର୍ବଳ ଶ୍ରେଣୀରୁ ପଛୁଆ ଛାତ୍ରଛାତ୍ରୀଙ୍କ କଲ୍ୟାଣ ପାଇଁ କେନ୍ଦ୍ର ସରକାର ପ୍ରତିଶ୍ରୁତିବଦ୍ଧ। ବର୍ତ୍ତମାନ ମେଡ଼ିକାଲ ଶିକ୍ଷା କ୍ଷେତ୍ରରେ ଏହା ଯୁଗାନ୍ତକାରୀ ପଦକ୍ଷେପ। ଏହି ଐତିହାସିକ ନିଷ୍ପତି ୨୦୧୪ ଠାରୁ ମେଡ଼ିକାଲ ଶିକ୍ଷା କ୍ଷେତ୍ରରେ ନିଆଯାଇଥିବା ସଂସ୍କାର ଦିଗରେ ଆଉ ଏକ ପଦକ୍ଷେପ। ଅଣସଂରକ୍ଷଣ କ୍ଷେତ୍ରରେ ସିଟକୁ ହ୍ରାସ କରାନଯାଇ ନିଆଯାଇଥିବା ଏହି ପଦକ୍ଷେପ ଦ୍ୱାରା ପଛୁଆ ଏବଂ ଆର୍ଥିକ ଦୁର୍ବଳ ଶ୍ରେଣୀର ଓଡ଼ିଶା ସମେତ ଭାରତବର୍ଷର ୫ ହଜାର ୫୦୦ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀମାନେ ଉପକୃତ ହେବେ। ପ୍ରଧାନମନ୍ତ୍ରୀଙ୍କ
କହିବାନୁସାରେ ଏହି ପଦକ୍ଷେପ ଦେଶର ସାମାଜିକ ନ୍ୟାୟ ପ୍ରତିଷ୍ଠାରେ ଏହା ସହାୟକ ହେବ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories