www.samajalive.in
Thursday, December 11, 2025
26.1 C
Bhubaneswar

ପୂର୍ବତନ ବିଧାୟକ ଅରୁଣ ଦେ’ଙ୍କ ବିୟୋଗରେ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର :  ବାଲେଶ୍ୱରର ପୂର୍ବତନ ବିଧାୟକ ତଥା ଶ୍ରମିକ ନେତା ଅରୁଣ ଦେ’ଙ୍କ ବିୟୋଗରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମୀତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ପ୍ରକାଶ କରିଛନ୍ତି।
ଶ୍ରୀ ପ୍ରଧାନ ଶୋକବାର୍ତ୍ତାରେ କହିଛନ୍ତି “ବାଲେଶ୍ୱରର ପୂର୍ବତନ ବିଧାୟକ ତଥା ଶ୍ରମିକ ନେତା ଅରୁଣ ଦେ’ଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ତାଙ୍କ ବିୟୋଗରେ କେବଳ ବାଲେଶ୍ୱର ନୁହେଁ ବରଂ ସମଗ୍ର ଓଡ଼ିଶା ଜଣେ ଦକ୍ଷ ରାଜନେତାଙ୍କୁ ହରାଇଲା। ବିଧାୟକ ଥିବା ସମୟରେ ସ୍ୱର୍ଗତ ଦେ’ଙ୍କ ବିଧାନସଭାରେ ଜନତାଙ୍କ ସ୍ୱାର୍ଥଭିତିକ ଆଭିମୁଖ୍ୟ ନେଇ ଆଲୋଚନା ବେଶ୍ ପ୍ରାସଙ୍ଗିକ ଥିଲା”।
“ ଦୀର୍ଘ ସମୟର ଜନପ୍ରତିନିଧି ଭାବରେ ସେ ଲୋକଙ୍କ ପାଇଁ କରିଥିବା କାମ ସର୍ବଦା ସ୍ମରଣୀୟ ହୋଇ ରହିବ। ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଇବା ସହ ଅମର ଆତ୍ମାର ସଦଗତି କାମନା କରୁଛି”।

Hot this week

ଭାରତ ଉପରେ ୫୦% ଆମଦାନୀ ଶୁଳ୍କ ଲାଗୁ କଲା ମେକ୍ସିକୋ

ସମାଜଲାଇଭ ଡେସ୍କ: ଆମେରିକା ପରେ ଭାରତ ଉପରେ ୫୦% ପର୍ଯ୍ୟନ୍ତ ଶୁଳ୍କ...

ଅପରାହ୍ନ ୪ଟା ମୁଖ୍ୟ ଖବର

() ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ..ଆଇନଶୃଙ୍ଖଳା ବଜାୟ ରଖିବାକୁ ପ୍ରଶାସନକୁ ନିର୍ଦେଶ... ()...

୧୧ ମାଓବାଦୀଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ

ଭୁବନେଶ୍ବର: ରାଉରକେଲା ବାଙ୍କୋ ପଥର ଖଣିରୁ ୪ ହଜାର କିଲୋ ବିସ୍ଫୋରକ...

ଆରମ୍ଭ ହେଲା ଟ୍ରମ୍ପ ଗୋଲ୍ଡ କାର୍ଡ : ଆସନ୍ତୁ ଜାଣିବା କଣ ଏହା…

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ନୂତନ ଭିସା କାର୍ଯ୍ୟକ୍ରମ...

ଆଇନଶୃଙ୍ଖଳା ବଜାୟ ରଖ: କେଭି

ମାଲକାନଗିରି : ମାଲକାନଗିରିରେ ଉପମୁଖ୍ୟମନ୍ତ୍ରୀଙ୍କ ବୈଠକ ଶେଷ ହୋଇଛି। ପର୍ଯ୍ୟାୟକ୍ରମେ ଦୁଇ...

Related Articles

Popular Categories