www.samajalive.in
Monday, December 8, 2025
20.1 C
Bhubaneswar

ଅଜିତ୍‍ ଦାସଙ୍କ ପରଲୋକ ; ଓଡ଼ିଶା ସିନେ ଜଗତରେ ଏକ ଯୁଗର ଅନ୍ତ – ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର :  ଓଡ଼ିଆ ଚଳଚ୍ଚିତ୍ର ଜଗତର ବର୍ଷୀୟାନ ଅଭିନେତା ଅଜିତ୍‍ ଦାସଙ୍କ ବିୟୋଗରେ କେନ୍ଦ୍ର ତୈଳ ଓ ପ୍ରାକୃତିକ ବାସ୍ପ ତଥା ଇସ୍ପାତ ମନ୍ତ୍ରୀ  ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ପ୍ରକାଶ କରିଛନ୍ତି। ତାଙ୍କ ବିୟୋଗରେ ଓଡ଼ିଶା ସିନେ ଜଗତରେ ଏକ ଯୁଗର ଅନ୍ତ ଘଟିଲା ବୋଲି ଶ୍ରୀ ପ୍ରଧାନ କହିଛନ୍ତି।
ଶ୍ରୀ ପ୍ରଧାନ ଶୋକବାର୍ତ୍ତାରେ କହିଛନ୍ତି ଯେ ଓଡ଼ିଆ ଚଳଚ୍ଚିତ୍ର ଜଗତର ବର୍ଷୀୟାନ ଅଭିନେତା ଅଜିତ୍‍ ଦାସଙ୍କ ବିୟୋଗ ଖବର ଶୁଣି ମୁଁ ଗଭୀର ଭାବରେ ମର୍ମାହତ। ତାଙ୍କ ମୃତ୍ୟୁରେ ଓଡ଼ିଶା ସିନେ ଜଗତରେ ଏକ ଯୁଗର ଅନ୍ତ ଘଟିଲା।
ଦୀର୍ଘ ଦଶନ୍ଧି ଧରି ସେ ଓଡ଼ିଆ ଦର୍ଶକଙ୍କୁ ନିଜ କଳାର ଯାଦୁରେ ବାନ୍ଧି ରଖିପାରିଥିଲେ। ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗକୁ ସମବେଦନା ଜଣାଉଛି।

Hot this week

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

Related Articles

Popular Categories