www.samajalive.in
Tuesday, December 9, 2025
17.1 C
Bhubaneswar

୧୫ଟି ଜିଲ୍ଲାରେ ୧୯ଟି ମେଡ଼ିକାଲ ଅମ୍ଳଜାନ ପ୍ଲାଂଟ୍‍ ପାଇଁ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଅନୁରୋଧ

-ବାଲେଶ୍ୱର, ବଲାଙ୍ଗିର, ଗଞ୍ଜାମ, ମୟୂରଭଞ୍ଜ ଜିଲ୍ଲାରେ ୨ଟି ଲେଖାଁଏ ଏବଂ କଟକ, ଦେବଗଡ଼,ଢ଼େଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, କୋରାପୁଟ, ପୁରୀ, ରାୟଗଡ଼ା, ସମ୍ବଲପୁର ଏବଂ ସୋନପୁରରେ ଗୋଟିଏ ଲେଖାଁଏ ଅକ୍ସିଜେନ୍‍ ପ୍ଲାଂଟ ସ୍ଥାପନ କରିବାକୁ ଅନୁରୋଧ
-ଏହି ସଂକଟ ସମୟରେ ତୁରନ୍ତ ଏଭଳି ପଦକ୍ଷେପ ନେବା ପାଇଁ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଡା. ହର୍ଷବର୍ଦ୍ଧନଙ୍କ ହସ୍ତକ୍ଷେପ ଲୋଡ଼ିବାକୁ ଅନୁରୋଧ
-ସମୟୋପଯୋଗୀ ପଦକ୍ଷେପ ଦ୍ୱାରା ଅନେକ ଲୋକଙ୍କ ଅମୂଲ୍ୟ ଜୀବନକୁ ରକ୍ଷା କରାଯାଇପାରିବ

ନୂଆଦିଲ୍ଲୀ/ଭୁବନେଶ୍ୱର : ଓଡ଼ିଶାର ୧୫ଟି ଜିଲ୍ଲାରେ ଅତିରିକ୍ତ ୧୯ଟି ପ୍ରେସର ସ୍ୱିଙ୍ଗ ଆଡ଼ଜର୍ପସନ (ପିଏସଏ) ମେଡ଼ିକାଲ ଅମ୍ଳଜାନ ପ୍ଲାଂଟ୍‍ର ବ୍ୟବସ୍ଥା କରିବା ପାଇଁ ତରୁନ୍ତ ବ୍ୟକ୍ତିଗତ ହସ୍ତକ୍ଷେପ କରିବାକୁ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡା. ହର୍ଷବର୍ଦ୍ଧନଙ୍କୁ ପତ୍ର ଲେଖି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁରୋଧ କରିଛନ୍ତି। ଓଡ଼ିଶାରେ କେନ୍ଦ୍ର ସରକାରଙ୍କ ଦ୍ୱାରା ୨୧ଟି ପିଏସଏ ପ୍ଲାଂଟ ସ୍ଥାପନ ହେଉଥିବା ବେଳେ ଏଭଳି ଆହୁରି ୧୫ଟି ଜିଲ୍ଲାରେ ୧୯ଟି ପିଏସଏ ପ୍ଲାଂଟ ସ୍ଥାପନ ପାଇଁ ଶ୍ରୀ ପ୍ରଧାନ ଅନୁରୋଧ କରିଛନ୍ତି।
ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ଭାରତ କୋଭିଡ-୧୯ର ଦ୍ୱିତୀୟ ଲହରୀ ସହ ଲଢ଼େଇ କରୁଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାର ମୁକାବିଲା ପାଇଁ ବଳିଷ୍ଠ ପଦକ୍ଷେପ ନେବା ତଥା ରାଜ୍ୟ ଗୁଡ଼ିକୁ ଯଥାସମ୍ଭବ ସହାୟତା ଯୋଗାଇ ଦେବାକୁ ଆହ୍ୱାନ କରିଛନ୍ତି। ସେହିପରି ଓଡ଼ିଶାରେ କୋଭିଡ୍‍ ପ୍ରସ୍ତୁତି ଓ ପରିଚାଳନା ପାଇଁ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଅନେକ ପଦକ୍ଷେପ ନିଆଯାଉଥିବାରୁ ଶ୍ରୀ ପ୍ରଧାନ କୃତଜ୍ଞତା ଜଣାଇଛନ୍ତି।
ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ, ଗତ ମାସରେ ଜନସ୍ୱାସ୍ଥ୍ୟ ସୁବିଧା ପାଇଁ ପ୍ରଧାନମନ୍ତ୍ରୀ ସମଗ୍ର ଭାରତ ବର୍ଷରେ ପିଏମ କେୟାର୍ସ ଫଣ୍ଡରୁ ୫୫୧ ସମର୍ପିତ ପିଏସଏ ମେଡ଼ିକାଲ ଅମ୍ଳଜାନ ପ୍ରତିଷ୍ଠା ପାଇଁ ଜରୁରୀକାଳୀନ ମଞ୍ଜୁରୀ ଦେଇଥିଲେ। ପୂର୍ବରୁ ମଧ୍ୟ ଅତିରିକ୍ତ ୧୬୨ ପିଏସଏ ପ୍ଲା୍‍ଂଟ୍‍ ସ୍ଥାପନା ପାଇଁ ଆବଣ୍ଟନ କରିଥିଲେ। ତନ୍ମଧ୍ୟରୁ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ମଧ୍ୟ ୨୧ଟି ପିଏସଏ ପ୍ଲାଂଟ୍‍ ସ୍ଥାପନା ପାଇଁ ନିଷ୍ପତି ନିଆଯାଇଥିଲା। ଏଥିରୁ ଡ଼ିଆରଡ଼ିଓ ଦ୍ୱାରା ୭ଟି, ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ଦ୍ୱାରା ୭ଟି ଏବଂ ଭାରତ ସରକାରଙ୍କ ପିଏମ କେୟାର୍ସ ଫଣ୍ଡରୁ ୭ଟି ପିଏସଏ ପ୍ଲାଂଟ୍‍ ପ୍ରତିଷ୍ଠା ହେବା ପାଇଁ ନିଷ୍ପତି ନିଆଯାଇଥିଲା।
ମାତ୍ର ଓଡ଼ିଶାରେ କୋଭିଡ୍‍-୧୯ର ଦ୍ୱିତୀୟ ଲହରର ବ୍ୟାପକତା କାରଣରୁ ରାଜ୍ୟର ଆହୁରି ଅଧିକ ଜିଲ୍ଲାକୁ ସହଯୋଗର ଆବଶ୍ୟକତା ରହିଛି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରସ୍ତାବିତ ଅତିରିକ୍ତ ୧୯ ପିଏସଏ ମେଡ଼ିକାଲ ଅମ୍ଳଜାନ ପ୍ଲାଂଟ୍‍ ବାଲେଶ୍ୱର, ବଲାଙ୍ଗିର, ଗଞ୍ଜାମ, ମୟୂରଭଞ୍ଜ ଜିଲ୍ଲାରେ ୨ଟି ଲେଖାଁଏ ଏବଂ କଟକ, ଦେବଗଡ଼, ଢ଼େଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, କୋରାପୁଟ, ପୁରୀ, ରାୟଗଡ଼ା, ସମ୍ବଲପୁର ଏବଂ ସୋନପୁରରେ ଗୋଟିଏ ଗୋଟିଏ ଲେଖାଁଏ ଅକ୍ସିଜେନ୍‍ ପ୍ଲାଂଟ ସ୍ଥାପନା ପାଇଁ
ସେ ଅନୁରୋଧ କରିଛନ୍ତି। ଏହି ପ୍ଲାଂଟ ଗୁଡ଼ିକ ପ୍ରତିଷ୍ଠା ହେଲେ ଓଡ଼ିଶାର କୋଭିଡ୍‍-୧୯ ରୋଗୀଙ୍କ ଚିକିତ୍ସାରେ ସହାୟକ ହୋଇପାରିବ।
ତେଣୁ ଏହି ସଂକଟ ସମୟରେ ତୁରନ୍ତ ଏଭଳି ପଦକ୍ଷେପ ନେବା ପାଇଁ ଶ୍ରୀ ପ୍ରଧାନ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡା. ହର୍ଷବର୍ଦ୍ଧନଙ୍କ ହସ୍ତକ୍ଷେପ ଲୋଡ଼ିବାକୁ ଅନୁରୋଧ କରିଛନ୍ତି। ଏହି ସମୟୋପଯୋଗୀ ପଦକ୍ଷେପ ରାଜ୍ୟର ବିଭିନ୍ନ ସ୍ଥାନରେ ବାସ କରୁଥିବା ଲୋକଙ୍କ ଅମୂଲ୍ୟ ଜୀବନକୁ ରକ୍ଷା କରାଯାଇପାରିବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories