www.samajalive.in
Sunday, December 14, 2025
26.1 C
Bhubaneswar

ଆଦିବାସୀଙ୍କ ଅର୍ଥନୈତିକ ବିକାଶର ବାଧକ ରାଜ୍ୟ ସରକାର

ଖୁବଶୀଘ୍ର ମହାନଦୀ ଜଳବିବାଦର ସମାଧାନ

ଭୁବନେଶ୍ବର : ପଞ୍ଚଦଶ ଅର୍ଥ ଆୟୋଗଙ୍କ ସୁପାରିସ ଆଧାରରେ ୧ଲକ୍ଷ ୪୨ କୋଟି ଟଙ୍କା ରାଜ୍ୟ ସରାକାର ପାଇଛନ୍ତି । ବିଶେଷ ଭାବେ ଆଦିବାସୀଙ୍କ ବିକାଶ ପାଇଁ କେନ୍ଦ୍ରରୁ ବ୍ୟାପକ ଅର୍ଥ ଆସୁଛି। ରାଜ୍ୟ ସରକାର ବିନିଯୋଗ ପ୍ରମାଣପତ୍ର ଦେବାରେ ବିଫଳ ହେଉଛନ୍ତି। ଅନ୍ୟ ପଟେ ନିଜ ନାଁ ରେ ବ୍ରାଣ୍ଡିଂ କରି କେନ୍ଦ୍ରୀୟ ଯୋଜନାକୁ ରାଜ୍ୟ ସରକାର ଆତ୍ମସାତ୍ କରୁଛନ୍ତି ବୋଲି ଜଳଶକ୍ତି ଓ ଆଦିବାସୀ କଲ୍ୟାଣ ବିଭାଗ ରାଷ୍ଟ୍ରମନ୍ତ୍ରୀ ବିଶ୍ବେଶ୍ବର ଟୁଡ଼ୁ ୬ଦିନିଆ ଓଡ଼ିଶାଗସ୍ତରେ ଆସି ଅଭିଯୋଗ କରିଛନ୍ତି।
ଶ୍ରୀ ଟୁଡ଼ୁ କହିଛନ୍ତି ଯେ ରାଜ୍ୟ ସରକାରଙ୍କ ଆନ୍ତରିକତା ଅଭାବ ଓ ଦୂରଦୃଷ୍ଟି ଅଭାବରୁ ଆଦିବାସୀ କଲ୍ୟାଣ ପାଇଁ ଏ ସବୁ ଅର୍ଥ ଖର୍ଚ୍ଚ ହୋଇପାରୁନାହିଁ। ଏହାଦ୍ୱାରା ଆଦିବାସୀଙ୍କ ଅର୍ଥନୈତିକ ବିକାଶରେ ବାଧାପ୍ରାପ୍ତ ହେଉଛି। ଦୀର୍ଘ ଦିନ ଧରି ଲାଗି ରହିଥିବା ମହାନଦୀ ଜଳ ବିବାଦ ସମେତ ବିଭିନ୍ନ ଜଳ ସମସ୍ୟା କାରଣରୁ ରାଜ୍ୟବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ପ୍ରାଧିକରଣରେ ଥିବା ସମସ୍ତ ଜଳ ବିବାଦ ମାମଲାକୁ ଅନୁଧ୍ୟାନ କରାଯାଉଛି। ଖୁବ୍ ଶୀଘ୍ର ଓଡିଶାରେ ଜଳବିବାଦର ସମାଧାନ ହେବ ବୋଲି ଶ୍ରୀ ଟୁଡୁ ଦୃଢୋକ୍ତି ପ୍ରକାଶ କରିଛନ୍ତି। ଓଡିଶାରେ ସଂଘୀୟ ବ୍ୟବସ୍ଥାରେ ବହୁ ବ୍ୟତିକ୍ରମ ହେଉଛି। ସ୍ୱାସ୍ଥ୍ୟ ସେବା, ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ଜଳଜୀବନ ମିଶନ, ଆଦିବାସୀ କଲ୍ୟାଣକାରୀ ଯୋଜନାର ସଠିକ କାର୍ଯ୍ୟକାରୀ ହେବାରେ ବ୍ୟତିକ୍ରମ ଦେଖାଯାଉଛି। ଜଳଶକ୍ତି ଓ ଆଦିବାସୀ କଲ୍ୟାଣ ବିଭାଗ ରାଷ୍ଟ୍ରମନ୍ତ୍ରୀ ଶ୍ରୀ ଟୁଡୁ ଆଜି ଛଅ ଦିନିଆ ଓଡିଶା ଗସ୍ତରେ ଆସି ଭୁବନେଶ୍ବରଠାରେ ପହଞ୍ଚିବା ପରେ ବିମାନ ବନ୍ଦରରେ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା। ଅସୁସ୍ଥତା କାରଣରୁ ଜନ ଆଶୀର୍ବାଦ ଯାତ୍ରାରେ ଯୋଗ ଦେଇପାରିନଥିବା କେନ୍ଦ୍ରମନ୍ତ୍ରୀ ଶ୍ରୀ ଟୁଡୁ ମନ୍ତ୍ରୀପଦ ଦାୟିତ୍ୱ ଗ୍ରହଣ ପରେ ପ୍ରଥମ ଥର ପାଇଁ ଓଡିଶା ଆସିଛନ୍ତି। ଏହି ଅବସରରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଟୁଡୁଙ୍କୁ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା। ରାଜ୍ୟ ସଭାପତି ସମୀର ମହାନ୍ତି କେନ୍ଦ୍ରମନ୍ତ୍ରୀ ଶ୍ରୀ ଟୁଡୁଙ୍କୁ ଉପଢ଼ୌକନ ଓ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ। ଏହି ଅବସରରେ ରାଜ୍ୟ ସାଧାରଣ ସଂପାଦକ (ସଂଗଠନ) ମାନସ କୁମାର ମହାନ୍ତି, ବରିଷ୍ଠ ନେତା ମନମୋହନ ସାମଲ ଓ ଐରଖାରବେଳ ସ୍ୱାଇଁ , ବିଜେପି ବିଧାୟକ ଦଳ ମୁଖ୍ୟ ସଚେତକ ମୋହନ ମାଝି, ରାଜ୍ୟ ସାଧାରଣ ସଂପାଦକ ଗୋଲକ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories