www.samajalive.in
Tuesday, December 9, 2025
15.1 C
Bhubaneswar

ବିଶ୍ବବିଦ୍ୟାଳୟ ଓ କଲେଜ ଲାବରେଟୋରି ଖୋଲିବାକୁ ଅନୁମତି, ନିର୍ଦେଶ ଜାରି କଲା ଉଚ୍ଚଶିକ୍ଷା ବିଭାଗ

ଭୁବନେଶ୍ବର: ବିଶ୍ବବିଦ୍ୟାଳୟ ଓ କଲେଜଗୁଡ଼ିକରେ ଗବେଷଣା କାର୍ଯ୍ୟ ପାଇଁ ଲାବରେଟୋରି ଖୋଲିବାକୁ ମିଳିଲା ଅନୁମତି। ଆଜି ଏସ୍‌ଆର୍‌ସି ଗାଇଡ୍‌ଲାଇନ୍‌ ଅନୁସାରେ ଉଚ୍ଚଶିକ୍ଷା ବିଭାଗ ବିଶ୍ବବିଦ୍ୟାଳୟ ଓ କଲେଜଗୁଡ଼ିକର ଲାବରେଟୋରି ଖୋଲିବାକୁ ଅନୁମତି ଦିଆଯାଇଛି। ରିସର୍ଚ୍ଚ ସ୍କଲାର(ପିଏଚ୍‌ଡି), ଏମ୍‌ଫିଲ୍‌ ଏବଂ ପିଜି ଛାତ୍ରଛାତ୍ରୀଙ୍କ ପାଇଁ ଲାବରେଟେରି ଖୋଲିବାକୁ ଉଚ୍ଚଶିକ୍ଷା ବିଭାଗ ନିର୍ଦେଶ ଜାରି କରିଛି। ତେବେ ବିଶ୍ବବିଦ୍ୟାଳୟ ଓ କଲେଜ କର୍ତ୍ତୃପକ୍ଷ ବିଜ୍ଞାନ ଓ ବୈଷୟିକ ଶିକ୍ଷା ଗ୍ରହଣ କରୁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଲାବରେଟୋରି ଖୋଲିପାରିବେ ବୋଲି ନିର୍ଦେଶନାମାରେ ଉଲ୍ଲେଖ ରହିଛି।

ରାଜ୍ୟ ସରକାରଙ୍କ ପକ୍ଷରୁ ନଭେମ୍ବର ୩୦ରେ ଡିସେମ୍ବର ମାସ ଲାଗି କୋଭିଡ୍ କଟକଣା କିଭଳି ରହିବ ସେ ନେଇ ନୂତନ ଗାଇଡଲାଇନ୍ ଜାରି କରାଯାଇଥିଲା। ଏହି ଗାଇଡଲାଇନରେ ଡିସେମ୍ବର ୧ରୁ ରାଜ୍ୟରେ ସମସ୍ତ ମେଡିକାଲ କଲେଜ କୋଭିଡ ଗାଇଡଲାଇନ ଅନୁଯାୟୀ ଖୋଲିବାକୁ ଅନୁମତି ଦିଆଯାଇଥିଲା। ଅପରପ୪ରେ ବିଶ୍ୱବିଦ୍ୟାଳୟ ଓ କଲେଜ ଖୋଲିବାର ନିଷ୍ପତ୍ତି ଉଚ୍ଚଶିକ୍ଷା ବିଭାଗ ନେଇପାରିବେ ବୋଲି ରାଜ୍ୟ ସରକାର ଜାରି କରିଥିବା ଗାଇଡ୍‌ଲାଇନ୍‌ରେ ଉଲ୍ଲେଖ ରହିଥିଲା। ଏହି ପରିପ୍ରେକ୍ଷୀରେ ଆଜି ରାଜ୍ୟ ସରକାରଙ୍କ ଗାଇଡଲାଇନ ଅନୁସରଣ କରି ଉଚ୍ଚଶିକ୍ଷା ବିଭାଗ ପଦକ୍ଷେପ ନେଇଛନ୍ତି। ଉଚ୍ଚଶିକ୍ଷା ପ୍ରତିଷ୍ଠାନଗୁଡ଼ିକୁ ଯଥା ବିଶ୍ବବିଦ୍ୟାଳୟ ଓ କଲେଜଗୁଡ଼ିକରେ ରିସର୍ଚ୍ଚ ସ୍କଲାର(ପିଏଚଡି), ପିଜିି ଓ ଏମ.ଫିଲ ଛାତ୍ରଛାତ୍ରୀଙ୍କ ପାଇଁ ଲାବୋରେଟୋରି ଖୋଲିବ। ତେବେ ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ପଢ଼ୁଥିବା ପିଜି ଛାତ୍ରଛାତ୍ରୀ, ଯେଉଁମାନଙ୍କ ଲାବୋରେଟୋରି କାମ ଆବଶ୍ୟକ ହେଉଛି, କେବଳ ସେମାନଙ୍କ ପାଇଁ କରୋନା କଟକଣା ସହ ଲାବୋରେଟୋରି ଖୋଲିବାକୁ ଉଚ୍ଚଶିକ୍ଷା ବିଭାଗ ନିର୍ଦେଶ ଜାରି କରିଛନ୍ତି। ଆଜି ଏ ସଂକ୍ରାନ୍ତରେ ଉଚ୍ଚଶିକ୍ଷା ସଚିବ ଶାଶ୍ବତ ମିଶ୍ର ସବୁ ବିଶ୍ୱବିଦ୍ୟାଳୟର କୁଳପତି ଏବଂ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଲେଖିଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories