nua o banner

ବିଶ୍ବବିଦ୍ୟାଳୟ ଫାଇନାଲ୍‌ ସେମିଷ୍ଟାର ପରୀକ୍ଷା ପାଇଁ କେନ୍ଦ୍ରର ଅନୁମତି

BSKY banner  750×100

ଭୁବନେଶ୍ବର: ବିଶ୍ବବିଦ୍ୟାଳୟ ଓ ବିଭିନ୍ନ ଶିକ୍ଷାନୁଷ୍ଠାନରେ ଛାତ୍ରଛାତ୍ରୀଙ୍କ ଫାଇନାଲ୍‌ ପରୀକ୍ଷା ପାଇଁ କେନ୍ଦ୍ର ଗୃହ ମନ୍ତ୍ରଣାଳୟର ଅନୁମତି ଦେଇଛି। ବିଶ୍ବବିଦ୍ୟାଳୟ ଓ ବିଭିନ୍ନ ଶିକ୍ଷାନୁଷ୍ଠାନଗୁଡ଼ିକରେ ଫାଇନାଲ୍‌ ସେମିଷ୍ଟାର ପରୀକ୍ଷା ନିଶ୍ଚିତ ଭାବେ କରାଇବାକୁ ଗୃହ ମନ୍ତ୍ରଣାଳୟ ପକ୍ଷରୁ କେନ୍ଦ୍ର ଉଚ୍ଚଶିକ୍ଷା ସଚିବଙ୍କୁ ଚିଠି ଲେଖାଯାଇଛି। ୟୁଜିସି ଗାଇଡ୍‌ ଲାଇନ୍‌ ଓ ସ୍ବାସ୍ଥ୍ୟ ମନ୍ତ୍ରାଳୟର ଏସ୍‌ଓପି ମାନି ପରୀକ୍ଷା ପାଇଁ ଚିଠିରେ ଉଲ୍ଲେଖ କରାଯାଇଛି। ବିଶ୍ବବିଦ୍ୟାଳୟ, କଲେଜ ଓ ଶିକ୍ଷାନୁଷ୍ଠାନଗୁଡ଼ିକ ବିଭିନ୍ନ ପାଠ୍ୟକ୍ରମ ପାଇଁ ଫାଇନାଲ୍‌ ସେମିଷ୍ଟାର ପରୀକ୍ଷା ଆୟୋଜନ କରିପାରିବେ। ଫଳରେ ଓଡ଼ିଶାରେ ଯୁକ୍ତ ତିନି ଷଷ୍ଠ ସେମିଷ୍ଟାର ଏବଂ ପିଜି ଚତୁର୍ଥ ସେମିଷ୍ଟାର ପରୀକ୍ଷା କରାଯାଇପାରିବ।

Comments are closed.