www.samajalive.in
Sunday, December 14, 2025
23.1 C
Bhubaneswar

ୟୁନିଭର୍ସିଟି ହାଇସ୍କୁଲର ୫୫ତମ ବାର୍ଷିକ କ୍ରୀଡ଼ା ଉତ୍ସବ

ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟର ‘ୟୁନିଭର୍ସିଟି ହାଇସ୍କୁଲ’ ପାଳନ କରିଛି ୫୫ତମ ବାର୍ଷିକ କ୍ରୀଡ଼ା ପ୍ରତିଯୋଗୀତା। ତିନିଦିନ ଧରି ଉତ୍କଳ ବିଶ୍ୱବିଦ୍ୟାଳୟ ବିଜୁ ପଟ୍ଟନାୟକ ଷ୍ଟାଡ଼ିୟମରେ ଅନୁଷ୍ଠିତ ଏହି କ୍ରୀଡ଼ା ପ୍ରତିଯୋଗିତାର ଉଦଯାପନୀ ଉତ୍ସବରେ ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷା ତଥା ପିଜି କାଉନସିଲ ଚେୟାରମ୍ୟାନ ପ୍ରଫେସର ନବନୀତା ରଥ ମୁଖ୍ୟଅତିଥି ଭାବେ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କ ପାଠପଢ଼ା ସହିତ ଖେଳକୁଦର ମଧ୍ୟ ଆବଶ୍ୟକତା ରହିଛି ବୋଲି କହିଥିଲେ। ଏହା ସେମାନଙ୍କ ପ୍ରତିଭା ଓ ଦକ୍ଷତା ପ୍ରଦର୍ଶନ କରିବାରେ ସହାୟକ ହୋଇଛି ବୋଲି ପ୍ରକାଶ କରିଥିଲେ।

କାର୍ଯ୍ୟକ୍ରମରେ କୁଳସଚିବ ଡ.କାହ୍ନୁଚରଣ ଧୀର ଏବଂ ପୁରାତନ ଛାତ୍ର ସଂସଦ ସଭ୍ୟ ହିମାଂଶୁ କୁମାର ମହାପାତ୍ର ଯୋଗଦେଇ ଭଲ ପାଠ ପଢ଼ିବା ସହ କ୍ରୀଡ଼ା କ୍ଷେତ୍ରରେ ଉତ୍କର୍ଷ ପ୍ରତିପାଦନ ପାଇଁ ଆହ୍ୱାନ ଦେଇଥିଲେ। ପ୍ରଧାନ ଶିକ୍ଷୟିତ୍ରୀ ସନ୍ଧ୍ୟା ମହାପାତ୍ର ଅତିଥି ପରିଚୟ ପ୍ରଦାନ କରିଥିବାବେଳେ ଶିକ୍ଷୟିତ୍ରୀ ସବିତା ଦେଈ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

Related Articles

Popular Categories