www.samajalive.in
Sunday, December 14, 2025
23.1 C
Bhubaneswar

ଅଜଣା ଗାଡ଼ି ଧକ୍କାରେ ବାଇକ ଆରୋହୀଙ୍କ ମୃତ୍ୟୁ

କାମାକ୍ଷାନଗର: କାମାକ୍ଷାନଗର ଦେଇ ଯାଇଥିବା ୫୩ ନଂ ଜାତୀୟ ରାଜପଥର ବାଇଶିଙ୍ଗା ଗ୍ରାମଠାରେ ବୁଧବାର ଏକ ଅଜଣା ଗାଡି ଧକ୍କାରେ ଜଣେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ କାମାକ୍ଷାନଗର ଥାନା କୋରିଆପାଳ ଗ୍ରାମର ନିରଞ୍ଜନ ସାହୁ(୩୦)। ନିରଞ୍ଜନ କାମାକ୍ଷାନଗରରୁ ନିଜ କାମ ସାରି ବାଇକରେ ଘରକୁ ଫେରୁଥିବା ବେଳେ ବାଇଶିଙ୍ଗାଠାରେ ଏକ ଅଜଣା ଗାଡି ଧକ୍କା ଦେଇ ଫେରାର ହୋଇ ଯାଇଥିଲା। ନିରଞ୍ଜନ ଗୁରୁତର ଭାବେ ଆହତ ହୋଇ ରାସ୍ତାରେ ପଡିରହିଥିଲେ। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଗୁରୁତର ନିରଞ୍ଜନଙ୍କୁ ଉଦ୍ଧାର କରି ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲା। ସେଠାରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ଡାକ୍ତର କଟକ ସ୍ଥାନାନ୍ତର କରିଥିଲେ। କଟକ ଯିବା ବାଟରେ କାମାକ୍ଷାନଗର ଢେଙ୍କାନାଳ ମଧ୍ୟରେ ନିରଞ୍ଜନଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି।

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories