www.samajalive.in
Sunday, December 7, 2025
26.1 C
Bhubaneswar

ପ୍ରେମକୁ ମିଳିଲାନି ସାମାଜିକ ସ୍ଵୀକୃତି, ଝୁଲିପଡ଼ିଲେ ପ୍ରେମୀଯୁଗଳ

ଲଡୁଗାଁ: ଦୁହେଁ ଦୁହିଁଙ୍କୁ ଭଲ ପାଉଥିଲେ। ହେଲେ ପ୍ରେମକୁ ସାମାଜିକ ସ୍ଵୀକୃତି ଦେଲାନି ଜାତି। ଅଲଗା ଅଲଗା ଜାତିର ହୋଇଥିବା ଯୋଗୁଁ ବିବାହ ପାଇଁ ମିଳିଲାନି ଅନୁମତି। ଶେଷରେ ଚରମ ନିଷ୍ପତ୍ତି ନେଲେ ଦୁହେଁ। ଗଛରେ ଫାଶୀ ଲଗାଇ ଝୁଲିପଡ଼ିଲେ ପ୍ରେମୀଯୁଗଳ। କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ କାଉଡୋଳା ଗ୍ରାମରେ ଏପରି ଅଭାବନୀୟ ଘଟଣା ଘଟିଛି। ଶନିବାର ସକାଳେ ଦୁହିଁଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି।

ସୂଚନାନୁଯାୟୀ, ଆମପାଣି ଥାନା ଅନ୍ତର୍ଗତ କାଉଡୋଳା ଗ୍ରାମର ଜଣେ ଯୁବକ ଓ ସେହି ଗ୍ରାମର ଅନ୍ୟ ଜାତିର ଜଣେ ନାବାଳିକାଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢି ଉଠିଥିଲା। ଦୁହେଁ ଅଲଗା ଜାତିର ହୋଇଥିବାରୁ ପ୍ରେମକୁ ସାମାଜିକ ସ୍ୱୀକୃତି ମିଳିଲାନି। ଫଳରେ ଦୁହେଁ ଗ୍ରାମ ନିକଟରେ ଥିବା ଜଙ୍ଗଲରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି। ଜଙ୍ଗଲରୁ ଦୁହିଁଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଘଟଣାସ୍ଥଳରେ ଆମପାଣି ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଦୁଇ ପ୍ରେମୀଯୁଗଳ କେଉଁ ଚାପରେ ପଡି ଆତ୍ମହତ୍ୟା କରିଛନ୍ତି ନା ଅନ୍ୟ କିଛି କାରଣ ରହିଛି ତାହା ତଦନ୍ତ ପରେ ସ୍ପଷ୍ଟ ହେବ ବୋଲି ପୁଲିସ ସୂତ୍ରରୁ ସୂଚନା ମିଳିଛି।

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories