www.samajalive.in
Sunday, December 14, 2025
26.1 C
Bhubaneswar

ୟୁପିରେ ଟ୍ରକ୍‌-ଅଟୋ ଧକ୍କା; ୧୦ ମୃତ

ପ୍ରତାପଗଡ଼ : ଉତ୍ତର ପ୍ରଦେଶ ପ୍ରତାପଗଡ଼ଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୦ ଜଣଙ୍କ ମୃତ୍ୟୁ ଘଟିଛି । ସୂଚନା ଅନୁସାରେ ଜୌନପୁର ଜିଲାର କେତେକ ଲୋକ ଏକ ଅଟୋରେ ଚୌହରଜନ ଦେବୀ ପୀଠକୁ ଯାଉଥିବାବେଳେ ପ୍ରତାପଗଡ଼ ନିକଟରେ ଏକ ଦ୍ରୁତଗାମୀ ଟ୍ରକ୍‌ ଅଟୋକୁ ମୁହାଁମୁହିଁ ଧକ୍କା ଦେଇଥିଲା । ଦୁର୍ଘଟଣାରେ ଟେମ୍ପୋରେ ଥିବା ୧୦ ଯାତ୍ରୀ ପ୍ରାଣ ହରାଇଥିବାବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି । ପୁଲିସ୍‌ ସୂଚନା ଅନୁସାରେ ପ୍ରତାପଗଡ଼ ଜିଲାର ଫତନପୁର-ଜଗତପୁର କ୍ରସିଂରେ ଏହି ଦୁର୍ଘଟଣା ଘଟିଛି । ଦୁର୍ଘଟଣା ପରେ ଟ୍ରକ୍‌ ଚାଳକ ଘଟଣାସ୍ଥଳରୁ ଫେରାର ହୋଇଯାଇଛି । ପୁଲିସ୍‌ ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ରାଜ୍ୟ ସରକାର ମୃତକଙ୍କ ପରିବାରବର୍ଗଙ୍କ ପାଇଁ ୨ ଲକ୍ଷ ଓ ଆହତଙ୍କ ପାଇଁ ୫୦ ହଜାର ଲେଖାଏଁ କ୍ଷତିପୂରଣ ରାଶି ଘୋଷଣା କରିଛନ୍ତି ।

Hot this week

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

Related Articles

Popular Categories