www.samajalive.in
Sunday, December 7, 2025
16.1 C
Bhubaneswar

ଉତ୍ତରପ୍ରଦେଶରେ ସଡ଼କ ଦୁର୍ଘଟଣାରେ ୧୨ ମୃତ

ଉତ୍ତରପ୍ରଦେଶ: ଉତ୍ତରପ୍ରଦେଶରେ ମଙ୍ଗଳବାର ସକାଳେ ଦୁଇଟି ସଡ଼କ ଦୁର୍ଘଟଣାରେ ୧୨ଜଣ ଲୋକ ପ୍ରାଣ ହରାଇଛନ୍ତି। ପ୍ରଥମ ଦୁର୍ଘଟଣାଟି ଯମୁନା ଏକ୍ସପ୍ରେସୱେରେ ମଥୁରାଠାରେ ଘଟିଛି। ଗୋଟିଏ ଆମ୍ବୁଲାନ୍ସ ଓ ଏକ କାର୍‍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ୭ଜଣ ଲୋକଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବାବେଳେ ୪ଜଣ ଆହତ ହୋଇଛନ୍ତି। ଆହତମାନଙ୍କ ଅବସ୍ଥା ଗୁରୁତର ରହିଛି। ଦ୍ୱିତୀୟ ଦୁର୍ଘଟଣାରେ ପଶ୍ଚିମବଙ୍ଗରେ ଚାକିରୀ କରିଥିବା ଜଣେ ଆଇପିଏସ୍‍ ଅଫିସରଙ୍କ ପରିବାରର ସଦସ୍ୟଙ୍କ ସମେତ ୫ଜଣ ଲୋକ ପ୍ରାଣ ହରାଇଛନ୍ତି। କାନପୁର-ସାଗର ରାଜପଥରେ ଗୋଟିଏ ଟ୍ରକ ସେମାନଙ୍କ କାର୍‍କୁ ଧକ୍କା ଦେବାରୁ ଦୁର୍ଘଟଣା ଘଟିଥିଲା। ସେମାନେ ମଧ୍ୟପ୍ରଦେଶର ଛତ୍ରପୁର ଜିଲ୍ଲାକୁ ଯାଉଥିଲେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories