www.samajalive.in
Sunday, December 7, 2025
18.1 C
Bhubaneswar

ଆଜି ଯୋଗୀ ସରକାରଙ୍କ ପ୍ରଥମ କ୍ୟାବିନେଟ୍ ବୈଠକ

ଲଖନଉ: ଉତ୍ତରପ୍ରଦେଶରେ ଗଠନ ହୋଇଛି ଯୋଗୀ ସରକାର । ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୁଣି ଦ୍ବିତୀୟ ଥର ପାଇଁ ଉତ୍ତରପ୍ରଦେଶରେ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି  । ଗତକାଲି ଯୋଗୀ ମୁଖ୍ୟମନ୍ତ୍ରୀ ଭାବେ ଶପଥଗ୍ରହଣ ନେଇଥିବା ବେଳେ ୨ ଜଣ ଉପମୁଖ୍ୟମନ୍ତ୍ରୀ ଓ ୫୦ ଜଣ ମନ୍ତ୍ରୀ, ରାଷ୍ଟ୍ର ମନ୍ତ୍ରୀ (ସ୍ୱତନ୍ତ୍ର ଦାୟିତ୍ୱ) ଓ ରାଷ୍ଟ୍ରମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ତେବେ ଆଜି ପୂର୍ବାହ୍ନ ୧୦ଟାରେ ଯୋଗୀ ସରକାରଙ୍କ ପ୍ରଥମ କ୍ୟାବିନେଟ୍ ବୈଠକ ବସିବାକୁ ଯାଇଛି । ଏହି ବୈଠକରେ ମୁଖ୍ୟମନ୍ତ୍ରୀ ଯୋଗୀ ପ୍ରଥମଥର ପାଇଁ ଅଧ୍ୟକ୍ଷତା କରିବେ । ପରେ ପୂର୍ବାହ୍ନ ୧୧ଟାରେ ବାଚସ୍ପତିଙ୍କ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ । ରାଜଭବନରେ ଏହି ସମାରୋହ ହେବାର କାର୍ଯ୍ୟକ୍ରମ ରହିଥିବା ବେଳେ ଏଥିରେ ଅସ୍ଥାୟୀ ବାଚସ୍ପତି ଭାବେ ଶପଥ ନେବେ ରମାପତି ଶାସ୍ତ୍ରୀ । ଶପଥ ଗ୍ରହଣ ସମାରୋହରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଧ୍ୟ ସାମିଲ ହେବା ନେଇ ଜଣାପଡ଼ିଛି । ଖାଲି ସେତିକି ନୁହେଁ ଦିନ ସାଢ଼େ ୧୧ଟାରେ ମଧ୍ୟ ଯୋଗୀଙ୍କୁ ନେଇ ଆଉ ଏକ ବଡ଼ କାର୍ଯ୍ୟକ୍ରମ ରହିଛି । ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସଚିବ ସ୍ତରରୁ ଆରମ୍ଭ କରି ଉପରସ୍ତରର ଅଧିକାରୀଙ୍କୁ ସମ୍ବୋଧିତ କରିବେ ବୋଲି ସୂଚନା ଦିଆଯାଇଛି ।

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories