www.samajalive.in
Saturday, December 6, 2025
16.1 C
Bhubaneswar

ବିଧାନସଭା ନିର୍ବାଚନ ପୂର୍ବରୁ ଡାକ୍ତରଙ୍କ ପାଇଁ ଯୋଗୀ ସରକାରଙ୍କ ବଡ଼ ଘୋଷଣା; ବଢିବ ଅବସର ବୟସ

ଲକ୍ଷ୍ନୌ: ୨୦୨୨ ବିଧାନସଭା ନିର୍ବାଚନ ପୂର୍ବରୁ ଡାକ୍ତରଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ଉତ୍ତରପ୍ରଦେଶ ସରକାର। ରାଜ୍ୟରେ ଡାକ୍ତରମାନଙ୍କ ଅବସର ବୟସ ବୃଦ୍ଧି କରାଯିବ। ଡାକ୍ତରଙ୍କ ଅବସର ବୟସ ୬୫ ଥିବା ବେଳେ ଏବେ ଏହାକୁ ବୃଦ୍ଧି କରି ୭୦ କରିବାକୁ ନିଷ୍ପତ୍ତି ନେଇଛନ୍ତି ଯୋଗୀ ସରକାର। ସୂଚନା ମୁତାବକ, ଖୁବଶୀଘ୍ର କ୍ୟାବିନେଟ୍‌ ବୈଠକରେ ଏହି ପ୍ରସ୍ତାବ ଉପରେ ମୋହର ଲାଗିବ।

ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି ପ୍ରସ୍ତାବରେ ନିଜ ସହମତି ପ୍ରକାଶ କରିଛନ୍ତି। ଉତ୍ତରପ୍ରଦେଶ ମେଡିକାଲ ଶିକ୍ଷା ମନ୍ତ୍ରୀ ସୁରେଶ ଖାନ୍ନା କହିଛନ୍ତି ଯେ, ଏହି କୋଭିଡ୍‌ ସମୟରେ ରାଜ୍ୟରେ ଅଧିକ ଅଭିଜ୍ଞ ଡାକ୍ତରଙ୍କ ଆବଶ୍ୟକତା ରହିଛି। ଉତ୍ତରପ୍ରଦେଶରେ କରୋନା ମହାମାରୀ ସମୟରେ ଡାକ୍ତର ଏବଂ ପାରାମେଡିକାଲ୍ କର୍ମଚାରୀମାନେ ବହୁତ ସମ୍ବେଦନଶୀଳ ଓ କଠିନ ପରିସ୍ଥିତି ଦେଇ କାମ କରିଛନ୍ତି। ଏହାକୁ ଦୃଷ୍ଟିରେ ରଖି ଯୋଗୀ ସରକାର ଡାକ୍ତରଙ୍କ ଅବସର ବୟସକୁ ଆଉ ୫ ବର୍ଷ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି।

- Advertisement -

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories