www.samajalive.in
Friday, December 5, 2025
27.1 C
Bhubaneswar

ଦୁଇ ବସ୍ ମୁହାଁମୁହିଁ ଧକ୍କା: ୩ ମୃତ, ୫୦ରୁ ଅଧିକ ଗୁରୁତର

ନୂଆଦିଲ୍ଲୀ: ଉତ୍ତରପ୍ରଦେଶ ରାମପୁର ଜିଲ୍ଲାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁଇଟି ବସ୍ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୫୦ରୁ ଅଧିକ ଲୋକ ଗୁରୁତର ହୋଇଛନ୍ତି। ୬୦ରୁ ଅଧିକ ଯାତ୍ରୀ ଏକ ଘରୋଇ ବସ୍‌ ରେ ହରିଦ୍ଵାରସ୍ଥିତ ଶାନ୍ତିକୁଞ୍ଜକୁ ଯାଇଥିଲେ। ସେଠାରୁ ଫେରିବା ବେଳେ ମିଲକନଗର ଅଞ୍ଚଳରେ ଉଭୟ ବସ୍ ମୁହାଁମୁହିଁ ଧକ୍କା ହୋଇଥିଲା। ଉଭୟ ବସ୍‌ ରେ ଶହେରୁ ଅଧିକ ଯାତ୍ରୀ ଥିଲେ। ଘଟଣାସ୍ଥଳରେ ୩ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୫୦ରୁ ଅଧିକ ଯାତ୍ରୀ ଗୁରୁତର ହୋଇଛନ୍ତି।  ଗୁରୁତର ଯାତ୍ରୀଙ୍କୁ ତୁରନ୍ତ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣା ପରେ ରାସ୍ତାର ଉଭୟ ପାର୍ଶ୍ବରେ ଶହ ଶହ ଗାଡି ଅଟକି ରହିଥିଲା। ପରେ ଖବର ପାଇ ସ୍ଥାନୀୟ ପୁଲିସ୍ ଏବଂ ଜିଲ୍ଲାପାଳ ଏବଂ ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ବସ୍‌ ଗୁଡିକୁ ହଟାଇବା ପରେ ଯାତାୟାତ ସ୍ଵାଭାବିକ ହୋଇଥିଲା।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories