www.samajalive.in
Friday, December 5, 2025
20.1 C
Bhubaneswar

ଗୋଟିଏ ପରିବାରର ୫ ଜଣଙ୍କୁ ନିର୍ମମ ହତ୍ୟା ; ଜଣେ ଶିଶୁ ଜୀବିତ

ପ୍ରୟାଗରାଜ : ଉତ୍ତରପ୍ରଦେଶର ପ୍ରୟାଗରାଜରେ ଗୋଟିଏ ପରିବାରର ପାଞ୍ଚ ଜଣଙ୍କୁ ହତ୍ୟା ଘଟଣା ସ୍ଥାନୀୟ ଅଞ୍ଚଳରେ ହଇଚଇ ସୃଷ୍ଟି କରିଛି। ପ୍ରୟାଗରାଜର ଥରବଇର ଖେବଜପୁର ଗାଁରେ ଗୋଟିଏ ପରିବାରର ୫ ଜଣଙ୍କୁ ଧାରୁଆ ଅସ୍ତ୍ରରେ ନିର୍ମମ ଭାବେ ହତ୍ୟା କରାଯାଇଥିବା ନେଇ ଆଜି ଖବର ମିଳିଛି। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି। ମୃତକଙ୍କ ମଧ୍ୟରେ ଦମ୍ପତିଙ୍କ ସମେତ ତାଙ୍କ ବୋହୂ,ଝିଅ ଓ ୨ ବର୍ଷର ନାତୁଣୀ ରହିଛନ୍ତି। ସଭିଁଙ୍କୁ ଧାରୁଆ ଅସ୍ତ୍ରରେ ପ୍ରଥମେ ହତ୍ୟା କରିବା ପରେ ଘରର ଏକ କକ୍ଷରେ ନିଆଁ ଲଗାଇ ଦେଇଥିଲେ। ନିଆଁ ଲାଗିବା ପରେ ଧୂଆଁ ବାହାରିବା ଯୋଗୁଁ ଲୋକେ ଘଟଣା ବିଷୟରେ ଜାଣି ପୁଲିସକୁ ଖବର ଦେଇଥିଲେ। ଏହି ଘଟଣାରେ ଅନ୍ୟ ଜଣେ ୫ ବର୍ଷର ନାତୁଣୀ ଜୀବନ୍ତ ଅବସ୍ଥାରେ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କେଉଁ କାରଣରୁ ଏଭଳି ହତ୍ୟାକାଣ୍ଡ ଘଟିଛି ସେନେଇ କୌଣସି ସୂଚନା ମିଳି ନାହିଁ।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories