www.samajalive.in
Sunday, December 7, 2025
26.1 C
Bhubaneswar

ଚିତ୍ରକୁଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ; ୬ ମୃତ

ଲଖନଉ : ଉତ୍ତରପ୍ରଦେଶର ଚିତ୍ରକୁଟ ଜିଲାରେ ଶନିବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ରାସ୍ତାକଡରେ ଶୋଇଥିବା ଲୋକଙ୍କ ଉପରେ ଏକ ଟ୍ରକ ମାଡି ଯିବାରୁ ୬ ଜଣଙ୍କ ମୃତ୍ୟୁ ଘଟିଛି। ଜଣେ ଗୁରୁତର ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି।
ମିଳିଥିବା ସୂଚନାନୁଯାୟୀ, ଚିତ୍ରକୁଟ ଜିଲାରେ ଝାନ୍ସି-ମିର୍ଜାପୁର ଜାତୀୟ ରାଜପଥର ଭରତକୁପ ଥାନା ଅଞ୍ଚଳରେ ରାସ୍ତାକଡରେ ଶୋଇଥିବା ଗ୍ରାମବାସୀଙ୍କ ଉପରେ ଅନିୟନ୍ତ୍ରିତ ହୋଇ ଏକ ଟମାଟୋ ବୋଝେଇ ଟ୍ରକ ମାଡି ଯାଇଥିଲା।
ଏହି ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମୃତକଙ୍କ ପାଇଁ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୃତକ ପରିଜନଙ୍କୁ ୨ ଲକ୍ଷ ଲେଖାଏଁ ଓ ଆହତଙ୍କୁ ୫୦ ହଜାର ସହାୟତା ରାଶି ଘୋଷଣା କରିବା ସହ ଆଶୁ ଆରୋଗ୍ୟ କାମନା କରିଛନ୍ତି।

 

- Advertisement -

 

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories