www.samajalive.in
Sunday, December 7, 2025
26.1 C
Bhubaneswar

ଦୁଇ କାର୍‌‌ ମୁହାଁମୁହିଁ ଧକ୍କା ; ୪ ମୃତ

ଲଖନଉ : ଉତ୍ତରପ୍ରଦେଶର ଫିରୋଜାବାଦରେ ଲଖନଉ-ଆଗ୍ରା ଏକ୍ସପ୍ରେସୱେରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ୨ଟି କାର୍‌‌ ମୁହାଁମୁହିଁ ଧକ୍କା ହୋଇ ୪ ଜଣଙ୍କ ମୃତ୍ୟୁ ହେବା ସହ ୬ ଜଣ ଗଭୀର ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୩ ଜଣ ପୁରୁଷ ଓ ଜଣେ ମହିଳା ଅଛନ୍ତି। ଦୁର୍ଘଟଣା ପରେ ଖୁବ୍‌‌ ଜୋରରେ ଚିତ୍କାର ଶୁଣାଯାଇଥିଲା। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ସମସ୍ତ ମୃତାହତଙ୍କୁ ଉଦ୍ଧାର କରିବା ସହ ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ଏହି ଦୁର୍ଘଟଣା ମଟସେନା ଥାନା ଅନ୍ତର୍ଗତ ଲଖନଉ-ଆଗ୍ରା ଏକ୍ସପ୍ରେସ ନିକଟରେ ଘଟିଛି। ଖବର ପାଇ ଉଦ୍ଧାରକାରୀ ଦଳ ଓ ପୁଲିସ ଘଟଣା ସ୍ଥଳରେ ପହଞ୍ଚିଥିଲେ। ମୃତଦେହ ଉଦ୍ଧାର କରାଯାଇ ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ଗୋଟିଏ କାର୍‌‌ ଦିଲ୍ଲୀ ଆଡୁ ଆସୁଥିବା ବେଳେ ଅନିୟନ୍ତ୍ରିତ ହୋଇ ଡିଭାଇଡରରେ ପିଟି ହୋଇ ବିପରୀତ ଦିଗକୁ ପଳାଇଥିଲା। ସେହି ସମୟରେ ଲଖନଉ ପଟୁ ଆସୁଥିବା ଅନ୍ୟ ଏକ କାର ସହ ମୁହାଁମୁହିଁ ଧକ୍କା ହୋଇଥିଲା।

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories