www.samajalive.in
Sunday, December 7, 2025
23.1 C
Bhubaneswar

ମର୍ମନ୍ତୁଦ ଦୁର୍ଘଟଣା ; ୪ ମୃତ

ମଥୁରା : ଉତ୍ତରପ୍ରଦେଶର ମଥୁରା ଜିଲାରେ ସୋମବାର ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଗୁରୁ ପୂର୍ଣ୍ଣିମା ପର୍ବ ଅବସରରେ ଗୋବର୍ଦ୍ଧନର ପରିକ୍ରମା ଦେଖି ଫେରୁଥିବା ସମୟରେ ଶ୍ରଦ୍ଧାଳୁମାନେ ଯାଉଥିବା ଏକ ଟ୍ରାକ୍ଟର ଅନିୟନ୍ତ୍ରିତ ହୋଇ ରାସ୍ତାକଡ ଖାଲକୁ ଖସିପଡିଥିଲା। ଦୁର୍ଘଟଣା କାରଣରୁ ପଛପଟୁ ଦ୍ରୁତ ଗତିରେ ଆସୁଥିବା କାର୍‌‌ ଟ୍ରାକ୍ଟରକୁ ଧକ୍କା ଦେଇଥିଲା। ଫଳରେ ଘଟଣା ସ୍ଥଳରେ ୪ ଜଣଙ୍କର ମୃତ୍ୟୁ ହୋଇଥିଲା। ଦୁର୍ଘଟଣା ସମୟରେ ଜୋରରେ ଶବ୍ଦ ହୋଇଥିଲା। ସ୍ଥାନୀୟ ଲୋକେ ତୁରନ୍ତ ପହଞ୍ଚିଥିଲେ। ଟ୍ରାକ୍ଟରେ ଥିବା ଶ୍ରଦ୍ଧାଳୁଙ୍କ ମଧ୍ୟରୁ ଅନେକ ଗୁରୁତର ଆହତ ହୋଇଥିଲେ। ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚିବା ସହ ଗୁରୁତର ଆହତଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଘଟଣାର ତଦନ୍ତ କରାଯାଉଛି।

 

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories