www.samajalive.in
Sunday, December 7, 2025
13.1 C
Bhubaneswar

ମନ୍ଦିରରେ ଅଘଟଣ ; ଅଟ୍ଟାଳିକା କାନ୍ଥ ଭୁଶୁଡି ୫ ମୃତ

ମଥୁରା : ମଧୁରାରେ ଏକ ବଡ ଅଘଟଣ ଘଟିଛି। ବାଙ୍କେ ବିହାରୀ ମନ୍ଦିର ନିକଟରେ ଏକ ପୁରୁଣା ଅଟ୍ଟାଳିକାର କିଛି ଅଂଶ ଶ୍ରଦ୍ଧାଳୁଙ୍କ ଉପରେ ଖସି ଯିବାରୁ ପାଞ୍ଚ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ବୁଧବାର ଖବର ମିଳିଛି। ଏହାସହ ୪ ଜଣ ଆହତ ହୋଇଛନ୍ତି। ଅଧିକାରୀଙ୍କ ପକ୍ଷରୁ ଏନେଇ ସୂଚନା ମିଳିଛି।
ଲଖନଉରେ ଅଧିକାରୀଙ୍କ କହିବାନୁଯାୟୀ,ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି ଦୁର୍ଘଟଣାରେ ମୃତକଙ୍କ ପରିଜନଙ୍କୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି। ଅଧିକାରୀଙ୍କୁ ଆହତଙ୍କ ଆବଶ୍ୟକୀୟ ଚିକିତ୍ସା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।
ମିଳିଥିବା ସୂଚନାନୁଯାୟୀ, ଏହି ଘଟଣା ଗତକାଲି ସନ୍ଧ୍ୟାରେ ଘଟିଥିଲା। ପୁଲିସ କହିବାନୁଯାୟୀ, ବାଲକୋନୀର ଏକ ବଡ ଅଂଶ ସେଠାରୁ ଅତ୍ରିକମ କରୁଥିବା ଶ୍ରଦ୍ଧାଳୁଙ୍କ ଉପରେ ଖସିପଡିଥିଲା। ଫସି ରହିଥିବା ଲୋକଙ୍କୁ ଉଦ୍ଧାର କରାଯାଉଥିବା ସମୟରେ ଅଟ୍ଟାଳିକାର ଏକ କାନ୍ଥ ଭୁଶୁଡି ପଡିଥିଲା। ମୃତକଙ୍କ ମଧ୍ୟରେ ୩ ଜଣ ମହିଳା ସମେତ ୫ ଜଣ ରହିଛନ୍ତି। ଘଟଣାର ତଦନ୍ତ ଜାରି ରହିଛି।

 

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories