www.samajalive.in
Saturday, December 6, 2025
26.1 C
Bhubaneswar

ସ୍କୁଲ ବସ୍‌‌ ଦୁର୍ଘଟଣାଗ୍ରସ୍ତ ; ୪ ଶିଶୁ ସହ ୫ ମୃତ

ନୂଆଦିଲ୍ଲୀ : ଉତ୍ତରପ୍ରଦେଶର ବନ୍ଦାୟୁରେ ସୋମବାର ସକାଳେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଥିବା ନେଇ ଖବର ମିଳିଛି। ଏକ ସ୍କୁଲ ବସ୍‌‌ ଓ ଭ୍ୟାନ ମଧ୍ୟରେ ଧକ୍କା ହୋଇ ୪ ଶିଶୁଙ୍କ ସମେତ ପାଞ୍ଚ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ସ୍କୁଲ ବସ୍‌‌ ଚାଳକଙ୍କ ସହ ତାଙ୍କ ପୁଅ ମଧ୍ୟ ରହିଛନ୍ତି। ୨୦ ଜଣ ଶିଶୁ ମଧ୍ୟ ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
ଖବର ପାଇ ପୁଲିସ ଓ ଉଦ୍ଧାରକାରୀ ଦଳ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ସହ ଘଟଣାର ତଦନ୍ତ ଆରମ୍ଭ କରିଛି। ସକାଳ ପ୍ରାୟ ୮ଟାରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣା ପରେ ଜୋରରେ ଚିତ୍କାର ଶୁଣାଯିବା ସହ ଲୋକେ ଏକାଠି ହୋଇଥିଲେ। ରାସ୍ତାରେ ସ୍କୁଲ ପିଲାଙ୍କ ମୃତଦେହ ରକ୍ତାକ୍ତ ଅବସ୍ଥାରେ ପଡିଥିଲା। ୨ଟି ଯାନ ଦ୍ରୁତ ଗତିରେ ଥିବା ହେତୁ ଦୁର୍ଘଟଣା ଘଟିଛି ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି।

 

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories