www.samajalive.in
Saturday, December 6, 2025
16.1 C
Bhubaneswar

ଦୁଃଖଦ ; ଚକୋଲେଟ୍‍ ଖାଇବା ପରେ ଆଖି ବୁଜିଲେ ୪ ଶିଶୁ

କୁଶୀନଗର : ଚକୋଲେଟ୍‍ ନେଇ ଗଲା ୪ ଶିଶୁଙ୍କ ଜୀବନ। ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଉତ୍ତରପ୍ରଦେଶର କୁଶୀନଗର ଜିଲାରେ। ଚକୋଲେଟ୍‍ ଖାଇବା ପରେ ୪ ଜଣଙ୍କ ଶିଶୁଙ୍କୁ ମୃତ୍ୟୁ ହୋଇଥିବା ନେଇ ଅଭିଯୋଗ ହୋଇଛି। ଚକୋଲେଟ୍‍ ରେ ବିଷାକ୍ତ ପଦାର୍ଥ ମିଶିଥିବାର ଆଶଙ୍କା କରାଯାଉଛି। ଏହି ଘଟଣାରେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିବା ସହ ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।
ମିଳିଥିବା ସୂଚନା ଅନୁଯାୟୀ, କୁଶୀନଗରର କସୟା ଥାନା ଅଞ୍ଚଳରେ ଦିଲୀପନଗର ଗାଁରେ ଆଜି ସକାଳ ୭ଟା ସମୟରେ ଚକୋଲେଟ୍‍ ଖାଇବା ପରେ ୪ ଜଣ ଶିଶୁଙ୍କ ମୃତ୍ୟୁ ହୋଇଯାଇଛି। ମୃତ ଶିଶୁଙ୍କ ବୟସ ଯଥାକ୍ରମେ ୭ ବର୍ଷ, ଦୁଇ ଜଣଙ୍କର ୫ ବର୍ଷ ଓ ଜଣଙ୍କର ୩ ବର୍ଷ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଖବର ପାଇ ପୁଲିସ ଶିଶୁଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଥିଲା। ସେମାନଙ୍କ ଅବସ୍ଥା ସେହି ସମୟରେ ଗୁରୁତର ଥିବାରୁ ଅନ୍ୟ ଏକ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ମାତ୍ର ରାସ୍ତାରେ ହିଁ ଶିଶୁଙ୍କ ମୃତ୍ୟୁ ହୋଇଥିଲା। ଶିଶୁଙ୍କ ପରିଜନ ୩ ଜଣଙ୍କ ଉପରେ ହତ୍ୟାର ଆରୋପ ଲଗାଇଛନ୍ତି। ଚକୋଲେଟ୍‍ ଖାଇବା ପରେ ଶିଶୁଙ୍କ ମୃତ୍ୟୁ ହୋଇଥିବା ନେଇ ଜଣାପଡିଥିବା ବେଳେ ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ଘଟଣାକୁ ନେଇ ଏଯାଏଁ ଅଧିକ ଓ ସ୍ପଷ୍ଟ ତଥ୍ୟ ହସ୍ତଗତ ହୋଇ ପାରି ନାହିଁ।

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories