www.samajalive.in
Friday, December 5, 2025
26.1 C
Bhubaneswar

ମର୍ମନ୍ତୁଦ ; ଟ୍ରାକ୍ଟର ଓଲଟି ଶ୍ରଦ୍ଧାଳୁ ମୃତ୍ୟୁ ଘଟଣା ; ୨୦ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ଲଖନଉ : ଉତ୍ତରପ୍ରଦେଶର କାସଗଞ୍ଜ ଜିଲାରେ ଶନିବାର ଘଟିଥିବା ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟାରେ ୨୦ରେ ପହଞ୍ଚିଛି। ମୃତ୍ୟୁ ସଂଖ୍ୟା ଆହୁରି ବଢିପାରେ ବୋଲି ଆଶଙ୍କା କରାଯାଉଛି। ପ୍ରଥମେ ଏଥିରେ ଟ୍ରାକ୍ଟର ଓଲଟି ୭ ଶିଶୁ ସହ ୧୫ ଶ୍ରଦ୍ଧାଳୁଙ୍କ ଜୀବନ ଚାଲି ଯାଇଥିବା ଜଣାପଡିଥିଲା। ପଟିଆଲୀ-ଦରିୟାଗଞ୍ଜ ମାର୍ଗରେ ସକାଳେ ପ୍ରାୟ ୧୦ଟା ସମୟରେ ଶ୍ରଦ୍ଧାଳୁ ଯାଉଥିବା ଏକ ଟ୍ରାକ୍ଟର ଅନିୟନ୍ତ୍ରିତ ହୋଇ ପୋଖରୀକୁ ଖସି ପଡି ଏହି ଦୁର୍ଘଟଣା ଘଟିଥିଲା। ଟ୍ରାକ୍ଟର ଓଲଟିବା ପରେ ଶ୍ରଦ୍ଧାଳୁ ମାନେ ଏହା ତଳେ ଦବି ଯାଇଥିଲେ।
ମୃତକଙ୍କ ମଧ୍ୟରେ ମହିଳା ଓ ଶିଶୁ ରହିଛନ୍ତିା କିଛି ଶ୍ରଦ୍ଧାଳୁଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ପୁଲିସ ଓ ଉଦ୍ଧାରକାରୀ ଦଳ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲେ। ଘଟଣାସ୍ଥଳରୁ ହସ୍ପିଟାଲ ପର୍ଯ୍ୟନ୍ତ ହଇଚଇ ସୃଷ୍ଟି ହୋଇଥିଲା। ଉଦ୍ଧାର କାର୍ଯ୍ୟ ଜାରି ରଖାଯାଇଛି। ମୃତକଙ୍କ ମଧ୍ୟରେ ଗୋଟିଏ ପରିବାରର ଅନେକ ଲୋକେ ସାମିଲ ରହିଛନ୍ତି। ମାଘ ପୂର୍ଣ୍ଣିମା ହେତୁ ଗଙ୍ଗା ସ୍ନାନ ପାଇଁ ଶ୍ରଦ୍ଧାଳୁ ଯାଉଥିଲେ ବୋଲି ସୂଚନା ମିଳିଛି।

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

Related Articles

Popular Categories