www.samajalive.in
Sunday, December 7, 2025
16.1 C
Bhubaneswar

ଚଣ୍ଡିଗଡ଼-ଦିବୃଗଡ଼ ଏକ୍ସପ୍ରେସ୍ ଲାଇନଚ୍ୟୁତ ଘଟଣା: ୪ ଜଣଙ୍କ ମୃତ୍ୟୁ, ହେଲ୍ପଲାଇନ ନମ୍ବର ଜାରି

ଲକ୍ଷ୍ନୌ: ଉତ୍ତରପ୍ରଦେଶ ଗୋଣ୍ଡାରେ ଚଣ୍ଡିଗଡ଼-ଦିବୃଗଡ଼ ଏକ୍ସପ୍ରେସ୍ ଲାଇନଚ୍ୟୁତ ହେବା ଘଟଣାରେ ବର୍ତ୍ତମାନସୁଦ୍ଧା ୪ ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଏଥିସହ ୨୦ରୁ ଊର୍ଦ୍ଧ୍ବ ଲୋକ ଆହତ ହୋଇଛନ୍ତି।  ଗୁରୁବାର ଦିନ ପ୍ରାୟ ୨ଟା ୪୫ ସମୟରେ ମୋତିଜଞ୍ଜ ଥାନା ଅଞ୍ଚଳର ପିକୌରା ଗ୍ରାମ ନିକଟରେ ଏହି ଦୁର୍ଘଟଣା ଘଟିଛି। ପ୍ରଥମେ ଦୁଇଟି ବଗି ଲାଇନଚ୍ୟୁତ ହୋଇଥିବାବେଳେ ଏହାପରେ ଆଉ ୧୨ଟି ବଗି ଲାଇନଚ୍ୟୁତ ହୋଇଥିଲା।

ଘଟଣା ସମ୍ପର୍କରେ ସୂଚନା ପାଇବା ମାତ୍ରେ ରେଳବାଇର ସମସ୍ତ ବରିଷ୍ଠ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ରେଳବାଇ ପକ୍ଷରୁ ହେଲ୍ପଲାଇନ ନମ୍ବର ମଧ୍ୟ ଜାରି କରାଯାଇଛି। ଦୁର୍ଘଟଣା କାରଣରୁ ଏହି ମାର୍ଗ ଦେଇ ଯାଉଥିବା ଏକାଧିକ ଟ୍ରେନର ଗତିପଥ ପରିବର୍ତ୍ତନ କରାଯାଇଛି ଏବଂ ଦୁଇଟି ଟ୍ରେନକୁ ବାତିଲ କରାଯାଇଛି।

- Advertisement -

ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦୁର୍ଘଟଣା ବିଷୟରେ ଖବର ପାଇ ଦୁଃଖ ପ୍ରକାଶ କରିବା ସହ ଅଧିକାରୀମାନଙ୍କୁ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ଆହତମାନଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ହେଲ୍ପଲାଇନ ନମ୍ବର ହେଉଛି –

ଲକ୍ଷ୍ନୌ -୮୯୫୭୪୦୯୨୯୨
ଗୋଣ୍ଡା- ୮୯୫୭୪୦୦୯୬୫
ସିୱାନ୍ – ୯୦୨୬୬୨୪୨୫୧
ଛପରା – ୮୩୦୩୯୭୯୨୧୭
ଦେଓରିଆ ସାଦର -୮୩୦୩୦୯୮୯୫୦

 

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories