www.samajalive.in
Monday, December 15, 2025
27.1 C
Bhubaneswar

ଆକାଶବାଣୀର ପୂର୍ବତନ ଲୋକପ୍ରିୟ ସମ୍ବାଦପାଠକ ଉପେନ୍ଦ୍ର କୁମାର ପାହାଡ଼ସିଂହଙ୍କ ପରଲୋକ

ଭୁବନେଶ୍ବର: ଆକାଶବାଣୀର ପୂର୍ବତନ ଲୋକପ୍ରିୟ ସମ୍ବାଦପାଠକ ଉପେନ୍ଦ୍ର କୁମାର ପାହାଡ଼ସିଂହଙ୍କ ପରଲୋକ ହୋଇଯାଇଛି। ଦିଲ୍ଲୀର ଏକ ଘରୋଇ ଡାକ୍ତରଖାନାରେ ହୃଦଘାତରେ ତାଙ୍କର ପରଲୋକ ହୋଇଛି ବୋଲି ପୁଅ ଦିଲ୍ଲୀପ ପାହାଡ଼ସିଂହ ସୂଚନା ଦେଇଛନ୍ତି। ଏଠାରେ ସୂଚନା ଯୋଗ୍ୟ lଯେ ନବେ ଦଶକରେ ଆକାଶବାଣୀର ଲୋକପ୍ରିୟ ସମ୍ବାଦପାଠକ ଥିଲେ ଉପେନ୍ଦ୍ର କୁମାର ପାହାଡ଼ସିଂହ। ତାଙ୍କର ସମ୍ବାଦପଠନ ଶୈଳୀ ଶ୍ରୋତାମାନଙ୍କ ମଧ୍ୟରେ ବେଶ ଲୋକପ୍ରିୟତା ଲାଭ କରିଥିଲା। ନବେ ଦଶକରେ ଆକାଶବାଣୀର ସବୁଠୁ ଲୋକପ୍ରିୟ ସମ୍ବାଦ ପାଠକ ଥିଲେ ଉପେନ୍ଦ୍ର କୁମାର ପାହାଡ଼ ସିଂହ। ତାଙ୍କ ନିଆରା ସମ୍ବାଦ ପଠନ ଶୈଳୀ ଆଜିବି ରେଡିଓ ଶ୍ରୋତାଙ୍କ ମନ ଭିତରେ ସ୍ବତନ୍ତ୍ର ଛାପ ହୋଇ ରହିଛି। ଦିଲ୍ଲୀରୁ ପ୍ରସାରିତ ଓଡ଼ିଆ ସମ୍ବାଦ ପାଠକ ଭାବେ ଲୋକେ ତାଙ୍କୁ ଆଜି ବି ଅନେକ ଶ୍ରୋତା ମନେ ରଖିଛନ୍ତି। ଚାକିରିରୁ ଅବସର ନେବା ପରେ ସେ ଆକାଶବାଣୀ କଲୋନୀରେ ରହୁଥିଲେ।

ଆକାଶବାଣୀର ଲୋକପ୍ରିୟ ସମ୍ବାଦପାଠକ ଉପେନ୍ଦ୍ର କୁମାର ପାହାଡ଼ ସିଂହ ଗତ କିଛି ଦିନ ଧରି ଅସୁସ୍ଥ ରହିଥିଲେ। ତାଙ୍କୁ ଦିଲ୍ଲୀରେ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ତାଙ୍କର ବିୟୋଗ ହୋଇ ଯାଇଛି। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକ ପାଇଛି।

- Advertisement -

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କର ଶୋକବାର୍ତ୍ତାରେ କହିଛନ୍ତି ଯେ ଆକାଶବାଣୀର ପୂର୍ବତନ ସମ୍ବାଦ ପାଠକ ଉପେନ୍ଦ୍ର କୁମାର ପାହାଡ଼ସିଂହଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ତାଙ୍କର ଗାମ୍ଭୀର୍ଯ୍ୟ ପୂର୍ଣ୍ଣ କଣ୍ଠସ୍ୱର ଏବଂ ଲମ୍ବା ସମୟ ଧରି ସମ୍ବାଦ ପଢ଼ିବାର ଶୈଳି ଲକ୍ଷାଧିକ ଶ୍ରୋତାଙ୍କୁ ଆକୃଷ୍ଟ କରିଥିଲା । ବେତାର ସମ୍ବାଦ ପଠନ କ୍ଷେତ୍ରରେ ନୂତନତା ଆଣିଥିବା ଶ୍ରୀ ପାହାଡ଼ସିଂଙ୍କ ବିୟୋଗ ରେଡ଼ିଓ ଜଗତରେ ଏକ ବିଶାଳ ଶୂନ୍ୟସ୍ଥାନ ସୃଷ୍ଟି କରିଛି । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି ।

Hot this week

ଡିଜିପିଙ୍କ କ୍ୟାମ୍ପ ଅଫିସ ସମ୍ମୁଖରେ ବିଜେଡିର ଧାରଣା

ଭୁବନେଶ୍ବର: ପ୍ରଣବଙ୍କ ଘରେ ଭଙ୍ଗାରୁଜାକୁ ନେଇ ପ୍ରତିବାଦ ତୀବ୍ର ହେବାରେ ଲାଗିଛି।...

କେନ୍ଦ୍ରାପଡାରେ ଶୀତଳ ଭଣ୍ଡାର ଲୋକାର୍ପଣ

ସମାଜ ଡିଜିଟାଲ ଡେସ୍କ: କେନ୍ଦ୍ରାପଡା ଜମଧର ଠାରେ ନିର୍ମିତ ଶୀତଳଭଣ୍ଡାରକୁ ଲୋକାର୍ପଣ...

ମୋଦୀଙ୍କୁ କଂଗ୍ରେସର ଅପଶବ୍ଦ : କ୍ଷମା ଦାବି କଲେ ନଡ୍ଡା

ସମାଜ ଲାଇଭ ଡ଼େସ୍କ : ଗତକାଲି ଦିଲ୍ଲୀରେ ଏସାଇଆର ବିରୋଧରେ କଂଗ୍ରେସ...

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

Related Articles

Popular Categories