www.samajalive.in
Wednesday, December 10, 2025
15.1 C
Bhubaneswar

ସାମ୍ବାଦିକଙ୍କୁ ଏସ୍‌ପିଙ୍କ ଦୁର୍ବ୍ୟବହାର ଘଟଣାକୁ ନେଇ ଗୃହରେ ହଟ୍ଟଗୋଳ

ଭୁବନେଶ୍ୱର: ଏକ ଘରୋଇ ଟିଭି ଚ୍ୟାନେଲର ଜଣେ କର୍ତ୍ତବ୍ୟରତ ସାମ୍ବାଦିକଙ୍କୁ କେନ୍ଦ୍ରାପଡ଼ା ଆରକ୍ଷୀ ଅଧୀକ୍ଷକଙ୍କ ଦୁର୍ବ୍ୟବହାର ଘଟଣାକୁ ନେଇ ଗୁରୁବାର ବିଧାନସଭାରେ ପ୍ରବଳ ହଟ୍ଟଗୋଳ ହୋଇଛି। ବିରୋଧୀ ବିଜେପି ବିଧାୟକମାନେ କେନ୍ଦ୍ରାପଡ଼ା ଏସ୍‌ପିଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଦାବି କରି ଗୃହର ମଧ୍ୟଭାଗରେ ଧାରଣା ଦେଇଥିଲେ। ଏପରି ବିଶୃଙ୍ଖଳା ଓ ହୋହଲ୍ଲା ଯୋଗୁଁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ୧୫ ମିନିଟ୍ ଲେଖାଏଁ ଦୁଇଥର ଗୃହ ମୁଲତବୀ ରଖିଥିଲେ।
ବୁଧବାର ମୁଖ୍ୟମନ୍ତ୍ରୀ ନିର୍ବାଚନ ପ୍ରଚାରରେ କେନ୍ଦ୍ରାପଡ଼ା ଯାଇଥିବା ସମୟରେ ଜଣେ ସାମ୍ବାଦିକଙ୍କ ପ୍ରତି କେନ୍ଦ୍ରାପଡ଼ା ଏସ୍‌ପି ନୀତି ଶେଖର ଦୁର୍ବ୍ୟବହାର କରିବା ସହ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଏହି ଘଟଣା ଅତ୍ୟନ୍ତ ଦୁର୍ଭାଗ୍ୟ ଜନକ ବୋଲି ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ଶୂନ୍ୟକାଳରେ କହିଥିଲେ। ଏହାସହିତ ଉକ୍ତ ଘଟଣାକୁ ନେଇ କେନ୍ଦ୍ରାପଡ଼ା ଏସ୍‌ପିଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ମଧ୍ୟ ଦାବି କରିଥିଲେ। ବିଜେପି ବିଧାୟକ ବିଷ୍ଣୁଚରଣ ସେଠୀ ପ୍ରଦୀପ୍ତଙ୍କ ଏହି ଦାବିକୁ ସମର୍ଥନ କରିଥିଲେ। ସାମ୍ବାଦିକଙ୍କ ସୁରକ୍ଷା ପାଇଁ ମହାରାଷ୍ଟ୍ରରେ ଆଇନ ପ୍ରଣୟନ କରାଯାଇଥିବା ବେଳେ ଓଡ଼ିଶାରେ ସାମ୍ବାଦିକଙ୍କ ସୁରକ୍ଷା ପାଇଁ କାହିଁକି ଆଇନ ପ୍ରଣୟନ କରାଯାଉନାହିଁ ସେ ନେଇ ବିଧାୟକ ବିଷ୍ଣୁଚରଣ ପ୍ରଶ୍ନ କରିଥିଲେ। ଆଲୋଚନା କାଳରେ ବରିଷ୍ଠ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ମଧ୍ୟ ଘଟଣାର ତୀବ୍ର ନିନ୍ଦା କରିଥିଲେ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories