www.samajalive.in
Tuesday, December 9, 2025
26.1 C
Bhubaneswar

ଆଫଗାନିସ୍ତାନରେ ଆମେରିକାର ଏୟାର ଷ୍ଟ୍ରାଇକ: ଡ୍ରୋନ୍ ଆକ୍ରମଣରେ ମୁଖ୍ୟ ଷଡଯନ୍ତ୍ରକାରୀର ମୃତ୍ୟୁ

କାବୁଲ ବିମାନବନ୍ଦର ନିକଟରେ ଆତ୍ମଘାତୀ ଆକ୍ରମଣ ପରେ ଆମେରିକା କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି ।  ଆଇଏସଆଇଏସ ଉପରେ ଏୟାର ଷ୍ଟ୍ରାଇକ କରି ପ୍ରତିଶୋଧ ନେଇଛି। ଆଫଗାନିସ୍ତାନର ନାଙ୍ଗରହାର ପ୍ରଦେଶରେ ଆତଙ୍କବାଦୀ ଲୁଚି ରହିଥିବା ସ୍ଥାନ ଉପରେ ଆମେରିକା ଡ୍ରୋନ୍ ଆକ୍ରମଣ କରିଛି। ଏହି ଆକ୍ରମଣରେ ଷଡଯନ୍ତ୍ରକାରୀଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ଘଟିଛି । ଅନ୍ୟପକ୍ଷରେ ଏହି ଆକ୍ରମଣରେ କାବୁଲ ବିମାନବନ୍ଦରରେ ହୋଇଥିବା ବିସ୍ଫୋରଣର ମୁଖ୍ୟ ଷଡଯନ୍ତ୍ରକାରୀର ମୃତ୍ୟୁ ହୋଇଥିବା ଗଣମାଧ୍ୟମ ରିପୋର୍ଟରେ କୁହାଯାଉଛି। ଏଥି ସହିତ ଆମେରିକା ନିଜ ଦେଶର ନାଗରିକମାନଙ୍କୁ ତୁରନ୍ତ କାବୁଲ ବିମାନବନ୍ଦର ଛାଡି ଚାଲି ଯିବାକୁ କହିଛି।

- Advertisement -

ଆତଙ୍କବାଦୀ ସଂଗଠନ ଆଇଏସ ଆଇଏସ ଉପରେ ଆକ୍ରମଣ ପରେ ଆମେରିକାର ସେଣ୍ଟ୍ରାଲ କମାଣ୍ଡ ଏକ ବିବୃତ୍ତି ଜାରି କରି କହିଛି ଯେ ଆମେ ମାଷ୍ଟର ମାଇଣ୍ଡକୁ ହତ୍ୟା କରିଛୁ। ଏଥିରେ କୌଣସି ସାଧାରଣ ନାଗରିକଙ୍କର କ୍ଷତି ହୋଇ ନାହିଁ।

Hot this week

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

ପାନୀୟଜଳ ସମସ୍ୟା ଦୂର ପାଇଁ ନିର୍ମାଣ ହେଉଛି ୬,୬୪୬ ନୂତନ ନଳକୂପ

ସମାଜଲାଇଭ ଡେସ୍କ: ରାଜ୍ୟରେ ଆଗକୁ ଆସୁଥିବା ଖରାଦିନ ପୂର୍ବରୁ ପାନୀୟଜଳ ସମସ୍ୟା...

ଅଟୋକୁ ଧକ୍କା ଦେଇ ବାଇକ ଚାଳକ ମୃତ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଲକ୍ଷ୍ମୀପୁର ଗାଁରେ ଅଟୋ କୁ...

Related Articles

Popular Categories