www.samajalive.in
Friday, December 12, 2025
26.1 C
Bhubaneswar

ଉତ୍କଳ ସାମ୍ବାଦିକ ସଂଘର ୭୫ତମ ପ୍ରତିଷ୍ଠା ଦିବସ ପାଳିତ

ଭୁବନେଶ୍ବର:  ରାଜ୍ୟର ସର୍ବପୁରାତନ ସାମ୍ବାଦିକ ସଂଗଠନ ଉତ୍କଳ ସାମ୍ବାଦିକ ସଂଘର ୭୫ତମ ପ୍ରତିଷ୍ଠା ଦିବସ ଭୁବନେଶ୍ୱରସ୍ଥିତ ସଂଘ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସଭାପତି ବିଭୂତି ଭୂଷଣ କରଙ୍କ ପୌରହିତ୍ୟରେ ଆୟୋଜିତ ସଭାରେ ପ୍ରଦେଶ କଂଗ୍ରେସ କମିଟିର ସଭାପତି ନିରଞ୍ଜନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସାମ୍ପ୍ରତିକ ସମାଜରେ ସାମ୍ବାଦିକମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରୁଥିବା ବେଳେ, ସେମାନଙ୍କର ସୁରକ୍ଷା ଓ ଅବସରକାଳୀନ ଭତ୍ତା ଓ ଅନ୍ୟାନ୍ୟ ଯଥୋଚିତ ଦାବି ପ୍ରତି ସରକାରଙ୍କ ଅଣଦେଖାକୁ ସମାଲୋଚନା କରିବା ସହ ସାମ୍ବାଦିକଙ୍କ ନ୍ୟାର୍ଯ ଦାବିକୁ ଉପଯୁକ୍ତ ମଞ୍ଚରେ ଉପସ୍ଥାପନ କରାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଅନ୍ୟତମ ଭାବେ ଯୋଗଦେଇ ଭାରତୀୟ ଜନତା ପାର୍ଟି ରାଜ୍ୟ ସଭାପତି ସମୀର ରଞ୍ଜନ ମହାନ୍ତି କହିଥିଲେ ଯେ, ଦେଶର ଅନ୍ୟାନ୍ୟ ରାଜ୍ୟ ସାମ୍ବାଦିକମାନେ ଅଧିକ ସୁବିଧା ସୁଯୋଗ ପାଉଥିବା ବେଳେ ଓଡ଼ିଶାରେ ସାମ୍ବାଦିକମାନେ ଅବହେଳିତ। ଏଥିନେଇ ବିଧାନସଭାରେ ଦଳୀୟ ବିଧାୟକମାନେ ପ୍ରଶ୍ନ ଉତ୍ଥାପନ କରିବେ ବୋଲି ଶ୍ରୀ ମହାନ୍ତି ପ୍ରତିଶ୍ରୁତି ଦେଇଥିଲେ।

ଭୁବନେଶ୍ୱର ମଧ୍ୟ ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା ସମ୍ମାନିତ ଅତିଥି ଭାବେ ତାଙ୍କ ଅଭିଭାଷଣରେ ବକ୍ତବ୍ୟ ରଖି ନବୀନ ବାବୁଙ୍କ ନେତୃତ୍ୱାଧୀନ ସରକାର ସାମ୍ବାଦିକମାନଙ୍କ ନ୍ୟାୟୋଚିତ ଦାବି ପ୍ରତି ସଚେତନ ଅଛନ୍ତି ବୋଲି କହିଥିଲେ। ସଭାପତି ବିଭୂତି ଭୂଷଣ କର ତାଙ୍କ ଅଭିଭାଷଣରେ କହିଥିଲେ ଯେ ସୁରକ୍ଷା ଆଇନ୍ ଓ ଅବସରକାଳୀନ ଭତ୍ତା ଦାବି ପ୍ରତି ସରକାରଙ୍କ ଅଣଦେଖା ପାଇଁ ସାମ୍ବାଦିକମାନେ ସଂଗଠିତ ହୋଇ ସରକାରଙ୍କ ଉପରେ ଚାପ ପ୍ରୟୋଗ କରିବାକୁ ଆହ୍ୱାନ ଦେଇଥିଲେ। ସାଧାରଣ ସମ୍ପାଦକ ପୂର୍ଣ୍ଣଚନ୍ଦ୍ର ନାୟକ ବାର୍ଷିକ ବିବରଣୀ ପାଠ କରିଥିବା ବେଳେ ଭୁବନେଶ୍ୱର ଜିଲା ସାଂଗଠନିକ ସଭାପତି ପ୍ରତାପ ଚନ୍ଦ୍ର ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ସମସ୍ତ ଜିଲାର ସଭାପତିଙ୍କୁ ସମ୍ବର୍ଦ୍ଧିତ କରାଯିବା ସହ ନୂତନ ବର୍ଷର କ୍ୟାଲେଣ୍ଡର ଓ ଫଟୋ ମାଗାଜିନ୍ ଉନ୍ମୋଚନ କରାଯାଇଥିଲା।  

- Advertisement -

 

Hot this week

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକଙ୍କ ମୃତ୍ୟୁ

କେନ୍ଦ୍ରାପଡା: ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକର ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା...

Related Articles

Popular Categories