www.samajalive.in
Monday, December 15, 2025
16.1 C
Bhubaneswar

ବାଦଲ ଫଟା ବର୍ଷା: ୪ ମୃତ, ୫୦ ନିଖୋଜ

ଉତ୍ତରାଖଣ୍ଡରେ ବାଦଲଫଟା ବର୍ଷା ଓ ଭୂସ୍ଖଳନରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି ।  ବାଦଲଫଟା ବର୍ଷାରେ ଉତ୍ତରକାଶୀର ଧରାଲି ଗାଁ ସମ୍ପୂର୍ଣ୍ଣ ଭାସିଯାଇଛି । କ୍ଷୀର ଗଙ୍ଗା ନଦୀର ଉପର ଭାଗରେ ବାଦଲଫଟା ବର୍ଷା ପରେ ପାହାଡରୁ ମାଟି ଧସିଯାଇଛି । ପ୍ରକୃତିର ଏହି ତାଣ୍ଡବରେ ୪ ଜଣଙ୍କ ମୃତ୍ୟୁ ହୋଇଥିବା ଜିଲ୍ଲା ପ୍ରଶାସନ ସ୍ପଷ୍ଟ କରିଛି । ଏବେ ବି ଉଦ୍ଧାର କାର୍ଯ୍ୟ ଜାରି ରଖଛନ୍ତି ଏନଡିଆରଏଫ୍ ଓ ଏସଡିଆରଏଫ୍ ଟିମ୍ ।

ମଙ୍ଗଳବାର ଦ୍ବିପ୍ରହରେ ପ୍ରାୟ ୧ଟା ୪୫ ମିନିଟ ସମୟରେ ଏହି ଘଟଣା ଘଟିଥିଲା । ଘଟଣାର ଅନେକ ଫଟୋ ଓ ଭିଡିଓ ସାମ୍ନାକୁ ଆସୁଛି । ମାତ୍ର ୩୪ ସେକେଣ୍ଡରେ ସମ୍ପୂର୍ଣ୍ଣ ଗାଁ ପାଣିରେ ବହିଯାଇଛି । ବର୍ତ୍ତମାନ ସୁଦ୍ଧା ୫୦ରୁ ଅଧିକ ଲୋକ ନିଖୋଜ ଥିବା ଜଣାପଡିଛି । ଅନେକ ଲୋକ ମାଟି ତଳେ ଦବି ଥିବା ଅନୁମାନ କରାଯାଉଛି ।

ଦେଖନ୍ତୁ ଭୟଙ୍କର ଦୃଶ୍ୟ.. ଉତ୍ତରକାଶୀରେ ପ୍ରକୃତିର ତାଣ୍ଡବ ; ବାଦଲଫଟା ବର୍ଷା, ଭୂସ୍ଖଳନ ପରେ ମାଡି ଆସିଲା ପାଣି

- Advertisement -

Hot this week

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

Related Articles

Popular Categories