www.samajalive.in
Sunday, December 7, 2025
18.1 C
Bhubaneswar

ଆମ ସମସ୍ତଙ୍କ ପାଇଁ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି ସାଧାରଣତନ୍ତ୍ର ଦିବସ

ଭୁବନେଶ୍ବର: ଉତ୍କଳ ବିଶ୍ବବିଦ୍ୟାଳୟର କୁନ୍ତଳା କୁମାରୀ ଛାତ୍ରୀନିବାସରେ ଆଜି ୭୫ ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। କୁନ୍ତଳା କୁମାରୀ ଛାତ୍ରୀନିବାସ ଅଧିକ୍ଷକ ଡ. ପ୍ରତିମା ଷଡ଼ଙ୍ଗୀ ମୁଖ୍ୟଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ।

ଏହି ଅବସରରେ ଅଧିକ୍ଷକ ଡ.ପ୍ରତିମା ଷଡ଼ଙ୍ଗୀ କହିଥିଲେ ଯେ ଆଜିର ସାଧାରଣତନ୍ତ୍ର ଦିବସ ଆମ ସମସ୍ତଙ୍କ ପାଇଁ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି। ସମାନତା, ନାଗରିକ ଅଧିକାର, ନିରପେକ୍ଷତା, ସ୍ୱଚ୍ଛତା ଗଣତନ୍ତ୍ରର ମୂଳଦୁଆ ଓ ସାଧାରଣତନ୍ତ୍ର ଦିବସର ଆଭିମୁଖ୍ୟ। ଆମେ ସମସ୍ତେ ସମୟାନୁବର୍ତ୍ତି ହୋଇ କାର୍ଯ୍ୟ କଲେ ସଫଳତା ନିଶ୍ଚିତ ମିଳିପାରିବ ବୋଲି କହିଥିଲେ। ସ୍ୱାଧୀନତା ପାଇଁ ଭାରତମାତାଙ୍କ ମହାନ୍ ସନ୍ତାନମାନଙ୍କ ସାଧନା ସଂଘର୍ଷ ଓ ବଳିଦାନ ସମ୍ବନ୍ଧରେ ମନେପକାଇବା ସହ ଏହାକୁ ଚିରଦିନ ମନେରଖିବା ଓ ସେଥିରୁ ପ୍ରେରଣା ନେବା ନିମନ୍ତେ ଛାତ୍ରୀଙ୍କୁ ଆହ୍ୱାନ ଦେଇଥିଲେ। କାର୍ଯ୍ୟକ୍ରମରେ କୁନ୍ତଳା କୁମାରୀ ଛାତ୍ରୀ ନିବାସର ସମସ୍ତ କର୍ମଚାରୀ ଓ ଛାତ୍ରୀମାନେ ଉପସ୍ଥିତ ଥିଲେ।

Hot this week

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

Related Articles

Popular Categories