www.samajalive.in
Monday, December 15, 2025
24.1 C
Bhubaneswar

ଛାତ୍ରୀ ନିର୍ଯାତନା: ଅଭିଯୁକ୍ତ ଅଧ୍ୟାପକ ବହିଷ୍କୃତ

ଭୁବନେଶ୍ଵର: ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ଛାତ୍ରୀଙ୍କୁ ନିର୍ଯାତନା ଘଟଣାରେ ଅଭିଯୁକ୍ତ ଅଧ୍ୟାପକ ଶତ୍ରୁଘ୍ନ ସାମଲଙ୍କୁ କଲେଜରୁ ବହିଷ୍କୃତ କରାଯାଇଛି। ଏ ନେଇ ସୂଚନା ଦେଇଛନ୍ତି ପ୍ରିନ୍ସିପାଲ୍‌ ବିଜୟ ଜେନା। କର୍ତ୍ତୃପକ୍ଷଙ୍କ ଲିଖିତ ଅଭିଯୋଗ ପରେ ଅଧ୍ୟାପକଙ୍କୁ ବହିଷ୍କୃତ କରାଯାଇଛି। ଗତ ଜୁନ୍ ମାସରେ ସେ ଅତିଥି ଅଧ୍ୟାପକ ଭାବେ କଲେଜରେ ଯୋଗଦେଇଥିଲେ।

ସେପଟେ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସ୍ଵତନ୍ତ୍ର ସଚିବ ଦେବ ପ୍ରସାଦ ଦାସଙ୍କ ନେତୃତ୍ଵରେ ଗଠିତ ୩ ଜଣିଆ ଟିମ୍ ର ଅଧ୍ୟକ୍ଷତାରେ ତଦନ୍ତ ଜାରି ରହିଛି। ଗଣ ମାଧ୍ୟମର ରିପୋର୍ଟ ଦେଖି ତଦନ୍ତ ପାଇଁ ଆସିଛୁ କହିଛନ୍ତି ଦେବପ୍ରସାଦ। ପିଲା ମାନଙ୍କୁ ଓ କଲେଜ କର୍ତ୍ତୃପକ୍ଷଙ୍କୁ ଏ ନେଇ ପଚରାଉଚରା କରିବୁ।

- Advertisement -

ସୂଚନା ଅନୁଯାୟୀ ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ଛାତ୍ରୀଙ୍କୁ ନିର୍ଯାତନା ଦିଆଯାଇଥିବା ଅଭିଯୋଗ ହୋଇଛି। କ୍ୟାମ୍ପସ୍‌ରେ ଛାତ୍ରୀଙ୍କ ହଙ୍ଗାମାକୁ ନେଇ ପ୍ରବଳ ଉତ୍ତେଜନା ଦେଖାଦେଇଛି। ଡ୍ରାମା ବିଭାଗ ଛାତ୍ରୀଙ୍କୁ ନିର୍ଯ୍ୟାତନା ଦିଆଯିବାର ଅଭିଯୋଗ ପରେ ଉତ୍ତେଜନା ପ୍ରକାଶ ପାଇଛି। ଜଣେ ଅଧ୍ୟାପକଙ୍କ ନାଁରେ କାଷ୍ଟିଂ କାଉଚ୍ ଅଭିଯୋଗ ହୋଇଥିଲା । ତାଙ୍କୁ ବହିଷ୍କାର କରାଯାଇଛି। ବିକ୍ଷୋଭ କରୁଥିବା ଜଣେ ଛାତ୍ରୀ ଅସୁସ୍ଥ ହୋଇପଡିଛନ୍ତି । ତାଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories