ଭୁବନେଶ୍ବର: ଉତ୍କଳ ବିଶ୍ବବିଦ୍ୟାଳୟ ୭୫ ବର୍ଷରେ ପଦାର୍ପଣ କରିଛି। ଏହି ଅବସରରେ ଶନିବାର ଉତ୍କଳ ବିଶ୍ବବିଦ୍ୟାଳୟର ପ୍ଲାଟିନମ୍ ଜୁବୁଲି ଉତ୍ସବ ପାଳନ କରାଯାଉଛି। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇ ଏହି ଉତ୍ସବକୁ ଉଦଘାଟନ କରିଛନ୍ତି। ଏହା ସହ ଉତ୍କଳ ବିଶ୍ବବିଦ୍ୟାଳୟ ଭିତ୍ତିଭୂମି ବିକାଶ ପାଇଁ ଶହେ କୋଟିର ଅନୁଦାନ ଘୋଷଣା କରିଛନ୍ତି। ଏହି ଉତ୍ସବରେ ଗଣଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁ ଯୋଗ ଦେଇଛନ୍ତି।
ଉତ୍କଳ ବିଶ୍ବବିଦ୍ୟାଳୟର ପ୍ଲାଟିନମ୍ ଜୁବୁଲି ଉଦଘାଟିତ; ଶହେ କୋଟିର ଅନୁଦାନ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
Popular Categories



